ପ୍ରମୂଖ ଖବର
  • କାମାକ୍ଷାନଗର : ବାଇକ ଉପରେ ମାଡିଗଲା ବସ , ୩ ମୃତ
  • ||
  • ୭୮ ବାଂଲାଦେଶୀଙ୍କୁ ଧରିଲା କୋଷ୍ଟଗାର୍ଡ, ୨ଟି ବୋଟ୍ ଜବତ
  • ||
  • ମାଲକାନଗିରି- ଆନ୍ଧ୍ର ସୀମାନ୍ତରେ ଲାଲ୍‌ବାହିନୀଙ୍କ ଲଙ୍କାକାଣ୍ଡ, ଯାତ୍ରୀବାହୀ କାର୍‌କୁ ଜାଳିଦେଲେ
  • ||
  • ବଲାଙ୍ଗୀର: ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିବା ସନ୍ଦେହ
  • ||
  • ବାଙ୍ଗିରିପୋଷି: ମର୍ଣିଂ ୱାକ କରୁଥିବା ବେଳେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଶିକ୍ଷୟତ୍ରୀ ମୃତ
  • ||
  • କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ, ବିଳମ୍ବିତ ରାତିରେ ୯୨ ବର୍ଷରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||
  • ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ରତ୍ନଭଣ୍ଡାର ମରାମତି, ଗଣତିମଣତି ଏବଂ ପହିଲି ଭୋଗ ନୀତି ନିର୍ଘଣ୍ଟ ହେବ
  • ||
  • କୁର୍ଲାରେ ଭୟଙ୍କର ସଡକ ଦୁର୍ଘଟଣା, ବ୍ରେକ ଫେଲ ହୋଇ ୩୦ ଗାଡି ଉପରେ ମାଡିଗଲା ବସ୍ ୪ ମୃତ, ୨୬ ଆହତ
  • ||
  • କାଲୁଆ କଲା କୋହଲା ପାଗ; ରାଜଧାନୀ ସମେତ ଅଧିକାଂଶ ସ୍ଥାନରେ ବର୍ଷା, ଆସନ୍ତା ୫ ଦିନ କୋହଲା ରହିବ ପାଗ
  • ||

ଗୁରୁବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | November 7, 2024 6:50 AM

ମେଷ : ନବମ ଚନ୍ଦ୍ର, ଗୁରୁବାର ଏବଂ ଦିବା ୧୧ଟା ୪୭ ମିନିଟ୍‌ ପରେ ଘାତତିଥି ଯୋଗୁ ଘାତ ତିଥିର ପ୍ରଭାବ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ  ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ହନୁମାନ ।

ବୃଷ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଦେଖାଦେବ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ : ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା: ମା’ ମାତଙ୍ଗୀ ।

ସିଂହ: ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନ୍‌ମତି, ଦୂରଦୃଷ୍ଟି ଓ ଧୀଶକ୍ତିର ବିକାଶ ଘଟିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା: ୬, ଆରାଧନା: ମା’ ମାଣିକେଶ୍ୱରୀ  ।

କନ୍ୟା: ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଭୈରବୀ ।

ତୁଳା: ଘାତଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଭାଇଭଉଣୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ରହିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ ଏବଂ ଭାଇଭଉଣୀଙ୍କ ସହ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା :  ଦ୍ୱିତୀୟ ଚନ୍ଦ୍ର, ଗୁରୁବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନ ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ । ଆମୋଦପ୍ରମୋଦ ଏବଂ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତଚନ୍ଦ୍ର ଓ ଘାତବାର ଯୋଗୁ ଆର୍ଥିକ କାରବାର ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରି ଆରମ୍ଭ କରିବେ । ମନରେ ଅସ୍ଥିରତା, ସମସ୍ତ କର୍ମରେ ଅନିୟମିତତା ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : ଦଶମ ଚନ୍ଦ୍ର, ଗୁରୁବାର ଏବଂ ଘାତତିଥି ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.