ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମଙ୍ଗଳବାର ରାଶିଫଳ; ଦଶମଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି...

ମେଷ : ଘାତଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମନୋମାଳିନ୍ୟ ହୋଇପାରେ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ବୃଷ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଅପସରିଯିବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚରୁ ମୁକ୍ତିମିଳିବ । ଆୟ ଅପେକ୍ଷା ବ୍ୟୟବହୁତ କମ୍‌ ରହିବ ଏବଂ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର କୃତ୍ତିକା ଓ ରୋହିଣୀବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଏକାଦଶ ଚନ୍ଦ୍ର ଯୋଗୁ ଆୟରମାର୍ଗ ଅତି ଉତ୍ତମ ରହିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ପ୍ରାପ୍ତିହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ  । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଆର୍ଦ୍ରାମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍‌୍‌, ସଂଖ୍ୟା : ୬, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଦଶମଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କ କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ପୁଷ୍ୟାକର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୨, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧିପାଇବ । ଉନ୍ନତି ମୂଳକକର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଆସିବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗିରହିବ ଏବଂ କର୍ମରେ ବିଫଳତା, ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଅଷ୍ଟମଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ ।ଯେଉଁମାନଙ୍କରଚିତ୍ରାକନ୍ୟା, ସେମାନେ ସତର୍କହେବେ ।ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା: ସପ୍ତମଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ଆମୋଦ ପ୍ରମୋଦ ଏବଂ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଓ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ ଗାୟତ୍ରୀ ।

ବିଛା : ଷଷ୍ଠଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ  ।

ଧନୁ : ପଞ୍ଚମ ଚନ୍ଦ୍ରଯୋଗୁ ପାଞ୍ଚଟି କର୍ମରେ ଅଶୁଭ ଫଳ ମିଳିବ । ବିଦ୍ୟା, ସନ୍ତାନ, ପିତାମାତା, ଯଶ, ସମ୍ମାନ ଓ କର୍ମ- ଏହି ପାଞ୍ଚଟି କର୍ମରେ ଅଶୁଭ ଫଳ ମିଳିବ । ମନରେ ଅସ୍ଥିରତା, କର୍ମ ଓ ବିଦ୍ୟାରେବିଫଳତା, ବୁଦ୍ଧିରେ ଜଡ଼ତା ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଘାତବାର ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତକର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତାଭାବ ପ୍ରକାଶ ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ାମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ତୃତୀୟ ଚନ୍ଦ୍ର ଯୋଗୁ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା, ନୂତନ ନିଯୁକ୍ତି ଆଦି ସୁଯୋଗ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଶତଭିଷାକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା :  ମା’ ଚଣ୍ଡୀ ।

ମୀନ : ଦ୍ୱିତୀୟ ଚନ୍ଦ୍ରଯୋଗୁ ଧନର ଅସତ୍‌ ବିନିଯୋଗ କରିବେ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ,  ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.