ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଗୁରୁବାର ରାଶିଫଳ; ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟରେଖା…

Published By : Ladu Kishor | February 26, 2025 8:40 PM

ମେଷ : ଏକାଦଶ ଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା :୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା :୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଅଷ୍ଟମଚନ୍ଦ୍ର ଏବଂ ଚତୁର୍ଦ୍ଦଶୀ, ଅମାବାସ୍ୟା ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ସପ୍ତମଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ। ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ। ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍‌‌, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ପଞ୍ଚମ ଚନ୍ଦ୍ର ଏବଂ ଘାତବାର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନ ଠାରୁ ଅପମାନ ପାଇବେ। ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତାକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଚତୁର୍ଥ ଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଜମିଜମା ବିବାଦ, ପାରିବାରିକ ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଆର୍ଥିକ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ଆମୋଦ ପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ଅଧିକ ମିଳିବ । ଯେଉଁ ମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଘାତଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.