ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସୋମବାର ରାଶିଫଳ; ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟ...

Published By : Ladu Kishor | January 19, 2025 10:07 PM

ମେଷ : ଷଷ୍ଠଚନ୍ଦ୍ର ଷଷ୍ଠ ତିଥି, ସୋମବାର ଯୋଗୁଁ, ରୋଗ, ରଣ, ଦୁଃଖ, ଶୋକ, କ୍ଲେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଶତ୍ରୁ ମାନେ ମିଶ୍ରଣର ହାତ ବଢାଇବେ ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ  । କୌଣସି ସଭା କିମ୍ବା ସଂଗଠନର ନେତୃତ୍ୱ ନେବେ ଏବଂ ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନରେ ସମସ୍ତ ବାଧ୍ୟବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ: ଘାତଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁଁ ମନରେ ଦୁଃଶ୍ଚିନ୍ତା, ଦୁଃର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅପମାନ ଅପଯଶ ଓ ନିନ୍ଦା ମିଳିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀ ଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ ଏବଂ ସନ୍ତାନ ମାନଙ୍କ ଶିକ୍ଷା ଦିକ୍ଷା ଚାଲିଚାଳନ ବ୍ୟବହାରକୁ ନେଇ ଚିନ୍ତିତ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାର ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ ବ୍ୟବସାୟ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତକର୍ମ କରିବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ କମଳା

ମିଥୁନ: ଘାତବାର ଏବଂ ଚତୁର୍ଥ ଚନ୍ଦ୍ରଯୋଗୁଁ, ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ସମ୍ପଦ ଫେରି ପାଇବ । ଜଳ, ଜମା ଦାନ, ପାରିବାରିକ ବିବାଦ ଓ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଘଟିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ଉଚ୍ଚ ପଦବୀ ପ୍ରାପ୍ତ ହେବେ । ଯେଉଁ ମାନଙ୍କର, ମୃଗଶିରା ଓ ଆର୍ଦ୍ରାମିଥୁନ ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ତୃତୀୟଚନ୍ଦ୍ର, ସୋମବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, ଓ ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେଉତ୍ସାହ, ଉଦ୍ଦିପନା ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି, ସ୍ନେହ, ଶ୍ରଦ୍ଧା ଓ ଆନ୍ତିରକତା ଅଧିକ ରହିବ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବେ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁଁ, ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କ୍ଷେତ୍ରରେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚାଳନ ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ । ଆର୍ଥିକ କ୍ଷତି,ଆଥିକ ଠକାମୀ, ଶାରିରୀକ ପୀଡା, ପରିବାରରେ ମନୋମାଳିନ୍ୟ ଦେଖା ଦେବ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନି ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା: ଶ୍ରୀଚନ୍ଦ୍ର ଯୋଗୁଁ, କର୍ମରେ ପ୍ରସନ୍ନତା, ଚାଲିଚାଳନରେ ସଂଯମତା, ଏବଂ ପରିବାରରେ ସୁଖଶାନ୍ତି ପରିବେଶ ରହିବ । ଆମୋଦ, ପ୍ରମୋଦ ଏବଂ ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ । କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ ଏବଂ ନିଜର କୌଣସି ମାଙ୍ଗଳିକ କର୍ମରେ ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା ସେମାନେ, ସୁଫଳ ପାଇବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା : ୮, ଆରାଧନା : ମାଷୋଡଶୀ ।

ତୁଳା: ଦ୍ୱାଦଶ ଚନ୍ଦ୍ର ଯୋଗୁଁ, ମନରୁ ଦୁଃଶ୍ଚିନ୍ତା ଦୁଃର୍ଭାବନ ଓ ହତୋତ୍ସାହଭାବ ଦୂର ହେବ ଏବଂ ମନ ପ୍ରଫୁଲ୍ଲ ଏବଂ ସୁସ୍ଥ ରହିବ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଦେବେ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟବହୁତ କମ ହେବ ଏବଂ ଆୟ କିଛି ଅଂଶ ସଞ୍ଜୟରେ ବିନିଯୋଗ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ଉପକୃତ ରହିବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା: ଏକାଦଶ ଚନ୍ଦ୍ର ସୋମବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ଶୁଭସଂଖ୍ୟା : ୧୧, ଆରାଧନା : ମାଚଣ୍ଡୀ

ଧନୁ: ଦଶମଚନ୍ଦ୍ର ଯୋଗୁଁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, ବିଦ୍ୟାରମ୍ଭ ଓ ନୂତନ କର୍ମାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ରହିବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ଶୁଭସଂଖ୍ୟା : ୩, ଆରାଧନା : ପ୍ରଭୁଗଜାନନ

ମକର: କୃଷ୍ଣ ପକ୍ଷର ନବମ ଚନ୍ଦ୍ର ଯୋଗୁଁ ଗୁରୁଜନଙ୍କ ସହିତ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହିତ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶୀକାର ହେବେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ହେବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହିତ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମକର ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ଶୁଭସଂଖ୍ୟା : ୩, ଆରାଧନା : ମା ଦୂର୍ଗା

କୁମ୍ଭ: ଅଷ୍ଟମ ଚନ୍ଦ୍ର ଯୋଗୁଁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ପୂର୍ବଷାଢ଼ା କୁମ୍ଭ ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ଶୁଭସଂଖ୍ୟା : ୬, ଆରାଧନା : ମାକାଳୀ

ମୀନ: ସପ୍ତମଚନ୍ଦ୍ର, ସୋମବାର ସକାଳ ୯ ଟା ୫୯ ମିନିଟ୍‌ ପରେ ସପ୍ତମୀ ତିଥି ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାନୁ, ଭୂମି, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବେ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ଶୁଭସଂଖ୍ୟା : ୭, ଆରାଧନା : ମାତାରା

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.