ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମଙ୍ଗଳବାର ରାଶିଫଳ; ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟରେଖା…

Published By : Ladu Kishor | January 27, 2025 9:49 PM

ଅଦ୍ୟ ତା.୨୮.୦୧.୨୦୨୫ରିଖ, ମକର ୧୪ ଦିନ, ମାଘମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ, ମଙ୍ଗଳବାର । ଚତୁର୍ଦ୍ଦଶୀ : ରାତ୍ରି୭ଟା ୩୬ ମିନିଟ୍‌, ପୂର୍ବାଷାଢ଼ା: ସକାଳ୮ଟା ୫୮ମିନିଟ୍‌ ।ଧନୁଚନ୍ଦ୍ର : ଅପରାହ୍ଣ ୨ଟା ୫୨ମିନିଟ୍‌ ।ସୂର୍ଯ୍ୟୋଦୟ : ୬ଟା ୨୪ମିନିଟ୍‌ ୧୫ ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୩୪ମିନିଟ୍‌ ୨୦ ସେକେଣ୍ଡ । ଯୋଗିନୀ ପଶ୍ଚିମେ, ରାତ୍ରି୭ଟା ୩୨ମିନିଟ୍‌ ଗତେ ଐଶାନ୍ୟେ । ମୃତେ ଦ୍ୱିପାଦ ପୁଷ୍କର ଦୋଷ । ବିରି ଦ୍ରବ୍ୟ ଖାଇବା ମନା, ଖାଇଲେ ଚିର ରୋଗୀ । ଅମୃତବେଳା : ଦିବା୧୦ଟା ୩୮ମିନିଟ୍‌ ଗତେ, ୧୨ଟା ୨୩ମିନିଟ୍‌ ମଧ୍ୟେ, ଅପରାହ୍ଣ ୩ଟା ୨୩ମିନିଟ୍‌ ଗତେ, ୪ଟା ୫୩ମିନିଟ୍‌ ମଧ୍ୟେ।

 

ମେଷ : କୃଷ୍ଣ ପକ୍ଷର ନବମ ଚନ୍ଦ୍ର ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ।ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଏହା ପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା, ମାନ, ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବିଫଳତା ଓ ବିଘ୍ନ ଦେଖା ଦେବ । ଯେଉଁ ମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଷଷ୍ଠ ଓ ସପ୍ତମଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୮ଟା ୫୮ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ମାନସିକ, ପାରିବାରିକ ଶାନ୍ତି ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଏବଂ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଶାରୀରିକ ପୀଡ଼ା ଭୋଗିବେ ଏବଂ ଅଯଥା ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । କର୍ମରେ ବିଫଳତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା: ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ରଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ସଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଭାଇଭଉଣୀଙ୍କ ସହ ବିବାଦ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହା ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଂହ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି, ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : ଦ୍ୱାଦଶ ଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଅପରାହ୍ଣ ୨ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଓ କର୍ମ ପ୍ରତି ବିପଦର ସମ୍ଭାବନା ରହିଛି । ଏହା ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଦୁଃଖ, କ୍ଳେଶ, ଶୋକ ଓ ଆର୍ଥିକ କଷ୍ଟରୁ ମୁକ୍ତି ମିଳିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଓ କର୍ମରେ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଦଶମ ଓ ଏକାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ତାରା ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.