ଅଦ୍ୟ ତା.୩୧.୦୧.୨୦୨୫ରିଖ, ମକର ୧୮ ଦିନ, ମାଘ ମାସ ଶୁକ୍ଳପକ୍ଷ ଦ୍ୱିତୀୟା, ଶୁକ୍ରବାର । ଦ୍ୱିତୀୟା: ଅପରାହ୍ଣ ୨ଟା । ଶତଭିଷା: ରାତ୍ରି ୪ଟା ୧୪ ମିନିଟ୍ । କୁମ୍ଭ ଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ : ୬ଟା ୨୩ ମିନିଟ୍ ୨୦ ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୩୬ମିନିଟ୍ ୧୦ ସେକେଣ୍ଡ । ଯୋଗିନୀ ଉତ୍ତରେ, ଅପରାହ୍ଣ ୨ଟା ଗତେ ଆଗ୍ନେୟେ । ମୃତେ ଅପରାହ୍ଣ ୨ଟା ମଧ୍ୟେ ଏକପାଦ ପୁଷ୍କର ଦୋଷ । କଖାରୁ ଖାଇବା ମନା, ଖାଇଲେ ଶ୍ରୀହୀନ । ଅମୃତବେଳା : ସକାଳ ୭ଟା ୦୭ ମିନିଟ୍ ଗତେ,ଅପରାହ୍ଣ ୧ଟା ୦୪ମିନିଟ୍ ମଧ୍ୟେ, ଅପରାହ୍ଣ ୪ଟା ୧୦ ମିନିଟ୍ ଗତେ, ୪ଟା ୫୫ ମିନିଟ୍ ମଧ୍ୟେ ।
ମେଷ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତିଉତ୍ତମ ହେବ ଏବଂ ବିଭିନ୍ନଉତ୍ସରୁ ଧନପ୍ରାପ୍ତି ହେବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, ବିଦ୍ୟାରମ୍ଭ ଆଦି ଶୁଭକର୍ମର ଆୟୋଜନ କରି ପାରନ୍ତି । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଦଶମଚନ୍ଦ୍ର, ଶୁକ୍ରବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । କୌଣସି ଶୁଭକର୍ମ କିମ୍ବା ମାଙ୍ଗଳିକ କର୍ମରେ ଯୋଗ ଦେବେ କିମ୍ବା କୌଣସି ଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା: ୪, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଅଷ୍ଟମ ଚନ୍ଦ୍ର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ଶିବ ।
ସିଂହ : ସପ୍ତମଚନ୍ଦ୍ର ଯୋଗୁ ମୂଲ୍ୟମାନ ଧାତୁ, ବସନ ଭୁଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଷଷ୍ଠଚନ୍ଦ୍ର, ଶୁକ୍ରବାର ଏବଂ ଶତଭିଷା ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ବିଛା : ଶୁକ୍ଳପକ୍ଷର ଚତୁର୍ତ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ତୃତୀୟଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବଙ୍କ ସହ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବେ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର, ଶୁକ୍ରବାର ଯୋଗୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ଧନ, ଆୟ ଅଧିକ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ କର୍ମରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଶ୍ରୀଚନ୍ଦ୍ର, ଶୁକ୍ରବାର, ଶତଭିଷା ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଘାତବାର ଏବଂ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩