ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଶୁକ୍ରବାର ରାଶିଫଳ: ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ

ମେଷ: ଅପରାହ୍ଣ ୨ଟା ୦୯ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁଁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମଧ୍ୟମ ଆୟ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଆପଣଙ୍କ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା : ମା’ବଗଳାମୁଖୀ ।

ବୃଷ: ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା, ସମସ୍ତଙ୍କର ଜୀବନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଞ୍ଜମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ଗାୟତ୍ରୀ ।

ମିଥୁନ: ଅପରାହ୍ଣ ୨ଟା ୦୯ ମିନିଟ୍ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁଁ ସେ ସମୟ ପର୍ଯ୍ୟନ୍ତ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ । କର୍ମରେ ବହୁବିଧ ସମସ୍ୟା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଏହା ପରେ ଷଷ୍ଠ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ଛିନ୍ନମସ୍ତା ।

କର୍କଟ: ଅପରାହ୍ଣ ୨ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁଁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁଁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନରେ ଦୁଃଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା : ୨, ଆରାଧନା : ଭଗବାନ ଶିବ ।

ସିଂହ: ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଯୋଗୁଁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ମାତଙ୍ଗୀ ।

କନ୍ୟା: ଅପରାହ୍ଣ ୨ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁଁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁଁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଏକାଗ୍ରତା ବୃଦ୍ଧି ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ଷୋଡ଼ଶୀ ।

ତୁଳା:
ଅପରାହ୍ଣ ୨ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁଁ ସେ ସମୟ ପର୍ଯ୍ୟନ୍ତ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ଏବଂ ତାଙ୍କର ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଏହା ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁଁ ମନ ଅସ୍ଥିର ରହିବ ଏବଂ ବ୍ୟବସାୟରେ ଓ କର୍ମରେ ଅଶୁଭଫଳ ପ୍ରାପ୍ତି ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ସମଲେଶ୍ୱରୀ ।

ବିଛା: ଘାତବାର, ବୃହସ୍ପତିଙ୍କ ନକ୍ଷତ୍ର ଏବଂ ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ବହୁତ ଭାବିଚିନ୍ତି ଖର୍ଚ୍ଚ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରବେ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ: ଘାତବାର ଏବଂ ଏକାଦଶ ଚନ୍ଦ୍ର, ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବହୁତ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଶୀର୍ଷରେ ରହିବ ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ତାରା ।

ମକର:
ଦଶମ ଓ ଏକାଦଶ ଚନ୍ଦ୍ର, ଶୁକ୍ରବାର ଯୋଗୁଁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ନୂତନ ନିଯୁକ୍ତି, ବିଦେଶ ଯାତ୍ରା ଏବଂ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ଆଦାୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ବିମଳା ।

କୁମ୍ଭ: କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଃଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଅପରାହ୍ଣ ୨ଟା ୦୯ ମିନିଟ୍ ପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ଚଣ୍ଡୀ ।

ମୀନ: ଅଷ୍ଟମ ଓ ନବମ ଚନ୍ଦ୍ର, ଘାତବାର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଃଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍ ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା :  ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍: କୈଳାସ ଦାଶ
ସମ୍ପର୍କ: ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.