ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ମଙ୍ଗଳବାର ରାଶିଫଳ; ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ…

Published By : Prameya | May 12, 2025 10:38 PM

ମେଷ : ଅଷ୍ଟମଚନ୍ଦ୍ର, ସକାଳ ୯ଟା ୦୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ନିଜ ଲୋକଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ।

ବୃଷ : ସପ୍ତମଚନ୍ଦ୍ର, ସକାଳ ୯ଟା ୦୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ବୈବାହିକ କର୍ମରେ ପରିବାର ସହଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୦୩, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ମିଥୁନ : ଷଷ୍ଠ ଚନ୍ଦ୍ର ଏବଂ ସକାଳ ୯ଟା ୦୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନରେ ପ୍ରସନ୍ନତା,   ପରିବାରରେ ସୁଖ ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

କର୍କଟ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦାରେ ଚାଲିବ ଓ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌୍‌, ସଂଖ୍ୟା : ୩, ଆରାଧନା : ଭଗବାନ ବିଷ୍ଣୁ ।

ସିଂହ : କୃଷ୍ଣ ପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ପ୍ରାପ୍ତ କରିବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା: ତୃତୀୟ ଚନ୍ଦ୍ର ଏବଂ ସକାଳ ୯ଟା ୦୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ବିଛା : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ମନରେ ପ୍ରସନ୍ନତା, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : କୃଷ୍ଣ ପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ବହୁତ କମ୍‌ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଏକାଦଶ ଚନ୍ଦ୍ର, ସକାଳ ୯ଟା ୦୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଅସମ୍ଭବକୁ ସମ୍ଭବ କରିବାରରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଧନିଷ୍ଠା ଓ ଉତ୍ତରା ଷାଢ଼ା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦାର ଶିକାର ହେବେ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା: ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.