ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଶୁକ୍ରବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Published By : Ladu Kishor | May 9, 2025 10:37 AM

ମେଷ : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କର ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମେଷ : ଘାତଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ସନ୍ତାନ ସନ୍ତତି, ପିତାମାତାଙ୍କ ସହ କଥାବାର୍ତ୍ତାବେଳେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ।ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଲୋପ୍‌ ପାଇବ ଏବଂ ସ୍ମରଣଶକ୍ତି ହ୍ରାସ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ । ମନ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, କଥାବାର୍ତ୍ତା ବିବାଦୀୟ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ତୃତୀୟଚନ୍ଦ୍ର, ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦ୍ୱିତୀୟଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦେହ, ମନ ସୁସ୍ଥ ରହିବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ ।ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଦ୍ୱାଦଶ ଚନ୍ଦ୍ର, ଅପରାହ୍ଣ ୨ଟା ୫୬ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଘାତବାର, ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ। ଧନ, ଆୟ ଅଧିକ କରିବା ପାଇଁ ଏବଂ ନୂତନ ବ୍ୟବସାୟ ଆରମ୍ଭ କରିବା ନିମନ୍ତେ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ଲାଗି ନିଜକୁ ପ୍ରସ୍ତୁତ କରିବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର, ଅପରାହ୍ଣ ୨ଟା ୫୬ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । କର୍ମରେ ଏକାଗ୍ରତା ଓ କର୍ମପ୍ରତି ଆଗ୍ରହ ରହିବ ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁହନୁମାନ ।

ମକର : ନବମ ଚନ୍ଦ୍ର, ଶୁକ୍ରବାର, ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ନୂତନ ଭୂମିପୂଜା, ଗୃହାରମ୍ଭ ଆଦିଶୁଭ କର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଅଷ୍ଟମଚନ୍ଦ୍ର, ଦ୍ୱାଦଶୀତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଏବଂ ସମସ୍ତ କର୍ମ ବିବାଦୀୟ ହେବ। ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ରହିବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ସପ୍ତମଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.