ମେଷ : ପଞ୍ଚମ ଚନ୍ଦ୍ର,ସକାଳ ୯ଟା ୨୪ ମିନିଟ୍ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନ ମାନଙ୍କ ଚାଳିଚଳନ ଓ ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତତିଥି ଯୋଗୁ ସହକର୍ମୀଙ୍କ ବିରୋଧର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି ଏବଂ ବହୁମୂଲ୍ୟ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ଘାତବାର, ତୃତୀୟଚନ୍ଦ୍ର ଓ ସକାଳ ୭ଟା ୨୧ ମିନିଟ୍ ପରେ ଶୁକ୍ଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମ ଆରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଘାତଚନ୍ଦ୍ର, ସକାଳ ୯ଟା ୨୪ ମିନିଟ୍ ପରେ ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ମନରେ ପ୍ରସନ୍ନତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା, ସ୍ୱଜନରେ ସୁସମ୍ପର୍କ, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ପୁତ୍ର କନ୍ୟା, ଭାତୃଭଗ୍ନୀଙ୍କର କୌଣସି ବୈବାହିକ କର୍ମର ଆୟୋଜନ କରିବେ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଏକାଦଶ ଚନ୍ଦ୍ର, ସୋମବାର ଏବଂ ସକାଳ ୭ଟା ୨୧ ମିନିଟ୍ ପରେ ଶୁକ୍ଳପକ୍ଷର ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମକୁ ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା,ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଦଶମ ଚନ୍ଦ୍ର, ସୋମବାର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ନୂତନ କର୍ମ ଆରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ କର୍ମ ଅପେକ୍ଷା ଭାଗ୍ୟରେ ଅଧିକ ବିଶ୍ୱାସ ରହିବ ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଧନ, ସମ୍ପତ୍ତି ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁଗଜାନନ ।
ମକର : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : ସପ୍ତମ ଚନ୍ଦ୍ର, ସୋମବାର ଓ ଶୁକ୍ଳଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ଷଷ୍ଠ ଚନ୍ଦ୍ର, ସକାଳ ୯ଟା ୨୪ ମିନିଟ୍ ପରେ ଷଷ୍ଠୀ ତିଥି, ସୋମବାର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ରୋଗ, ଋଣ, ଦୁଃଖ, ଶୋକ,କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କ ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ: ୯୪୩୭୧୩୩୪୭୩