ପ୍ରମୂଖ ଖବର
  • ଜେଲ୍‌ରୁ ଫେରି ପୀଡିତାଙ୍କୁ ଅପହରଣ କରି ହତ୍ୟା କଲା ଅଭିଯୁକ୍ତ: ଏଆଇ କ୍ୟାମେରାରେ କଏଦ ହେଲା ଦୃଶ୍ୟ, ୨ ଗିରଫ
  • ||
  • ସୁନ୍ଦରଗଡ଼ : ହଜିଗଲା ମାନବିକତା: ୮ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇଲେ ଲୋକେ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୭ ମାଓବାଦୀ ନିପାତ
  • ||
  • ମାଲକାନଗିରି ମୋଟୁରେ NIA ରେଡ୍, ମାଓ ଲିଙ୍କ ସନ୍ଦେହରେ ତନାଘନା
  • ||
  • ଆନନ୍ଦପୁର : ବିଲରେ ଚାଷ କାମ ତଦାରଖ ବେଳେ କାମୁଡ଼ିଲା ସାପ, ଚାଷୀ ମୃତ
  • ||
  • ରାଜଧାନୀ ରାଜରାସ୍ତାରେ ଯୁବକଙ୍କ ଆତଙ୍କରାଜ: ଗାଡି ସାଇଡ୍‌ ମରାକୁ ନେଇ ମାରପିଟ,୫ ଅଟକ
  • ||
  • କୋରାପୁଟରେ ଅପରେସନ ଗ୍ରୀନ୍‌ କ୍ଲିନ୍‌, ୫୧ ହଜାରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ
  • ||
  • କରଞ୍ଜିଆ : ଟ୍ରାକ୍ଟର ସହ ଧକ୍କା ହେଲା ପିଆଜ ବୋଝେଇ ଟ୍ରକ୍: ଜଣେ ମୃତ, ୨ ଗୁରୁତର
  • ||
  • ବୌଦ୍ଧରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ, ୨ ଦିନରେ ୨୦ କୋଟିର ଗଞ୍ଜେଇ ଗଛ ନଷ୍ଟ
  • ||
  • ଦୈତନଗରୀରେ ଗଡିବ ୩୦ ଇଆର୍‌ଏସ୍‌ଏସ୍‌ ଯାନ, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଣାଇ : ଲୁଟ୍ କରିବାକୁ ଆସି ଗର୍ଭବତୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଲୁଟେରା ଫେରାର
  • ||
  • ବଣାଇରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା, ବିଳମ୍ବିତ ରାତିରେ ଲୁଟ୍‌ ପାଇଁ ଆସି ହତ୍ୟା କଲେ ଦୁର୍ବୃତ୍ତ
  • ||
  • କୁହୁଡିର ଚାଦର ତଳେ ପାଟଣା, ଯାନବାହନ ଚଳାଚଳରେ ସମସ୍ୟା
  • ||
  • ରାଜ୍ୟରେ ବଢ଼ିଲା ଶୀତର ପ୍ରକୋପ, ଦିନକରେ ୫ ଡିଗ୍ରୀ ଖସିଲା ପାରଦ: ୧୫ ଡିଗ୍ରୀ ତଳେ ୧୩ ସହର ତାପମାତ୍ରା
  • ||

ଶୁକ୍ରବାର ରାଶିଫଳ; ଧନ ସମ୍ପଦ ବୃଦ୍ଧିପାଇବ ଏବଂ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ...

Published By : Prameya | November 28, 2024 10:29 PM

ମେଷ: ସପ୍ତମଚନ୍ଦ୍ର, ଶୁକ୍ରବାର ଏବଂ ସ୍ୱାତୀ ନକ୍ଷତ୍ର ଏବଂ ବଶିଷ୍ଠଯୋଗ ଯୋଗୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଏବଂଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ କିମ୍ବା ମାଙ୍ଗଳିକ କର୍ମରେ ଯୋଗଦେଇ ପାରନ୍ତି । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଷଷ୍ଠଚନ୍ଦ୍ର, ଶୁକ୍ରବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଏବଂ ଦିବା ୧୦ଟା ୧୮ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତିଏବଂ ଦୂରଦୃଷ୍ଟିର ପ୍ରୟୋଗରେ ଅସଫଳ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ଚତୁର୍ଥ ଚନ୍ଦ୍ରଯୋଗୁ ମୂଲ୍ୟବାନ ଧାତୁ, ବସନ ଭୂଷଣ, ଯାନବାହନ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ଧନ ସମ୍ପଦ ବୃଦ୍ଧିପାଇବ ଏବଂ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: ତୃତୀୟଚନ୍ଦ୍ର ଏବଂ ଦିବା ୧୦ଟା ୧୮ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ରଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଚିତ୍ରାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ମାଙ୍ଗଳିକ କର୍ମ କିମ୍ବା ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ   ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା : ଘାତବାର ଏବଂ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ  । ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ଧନର ସତ୍‌ବିନିଯୋଗ କରିବେ । ବିଦେଶ ଯାତ୍ରା, ନୂତନ କର୍ମାରମ୍ଭ ଏବଂ ବ୍ୟବସାୟ ଆରମ୍ଭର ସୁଯୋଗ ଜୁଟିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଘାତବାର ଏବଂ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଦଶମଚନ୍ଦ୍ର, ଗୁରୁବାର ଯୋଗୁ ନୂତନ କର୍ମାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଓ ଗୃହାରମ୍ଭ ଆଦିଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗଦେବେ । ମନରେ ସତ୍‌ଚିନ୍ତା, ସତ୍‌ ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, ଏକାଗ୍ରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଘାତବାର ଏବଂ ଅଷ୍ଟମଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.