ପ୍ରମୂଖ ଖବର
  • କାମାକ୍ଷାନଗର : ବାଇକ ଉପରେ ମାଡିଗଲା ବସ , ୩ ମୃତ
  • ||
  • ୭୮ ବାଂଲାଦେଶୀଙ୍କୁ ଧରିଲା କୋଷ୍ଟଗାର୍ଡ, ୨ଟି ବୋଟ୍ ଜବତ
  • ||
  • ମାଲକାନଗିରି- ଆନ୍ଧ୍ର ସୀମାନ୍ତରେ ଲାଲ୍‌ବାହିନୀଙ୍କ ଲଙ୍କାକାଣ୍ଡ, ଯାତ୍ରୀବାହୀ କାର୍‌କୁ ଜାଳିଦେଲେ
  • ||
  • ବଲାଙ୍ଗୀର: ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିବା ସନ୍ଦେହ
  • ||
  • ବାଙ୍ଗିରିପୋଷି: ମର୍ଣିଂ ୱାକ କରୁଥିବା ବେଳେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଶିକ୍ଷୟତ୍ରୀ ମୃତ
  • ||
  • କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ, ବିଳମ୍ବିତ ରାତିରେ ୯୨ ବର୍ଷରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||
  • ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ରତ୍ନଭଣ୍ଡାର ମରାମତି, ଗଣତିମଣତି ଏବଂ ପହିଲି ଭୋଗ ନୀତି ନିର୍ଘଣ୍ଟ ହେବ
  • ||
  • କୁର୍ଲାରେ ଭୟଙ୍କର ସଡକ ଦୁର୍ଘଟଣା, ବ୍ରେକ ଫେଲ ହୋଇ ୩୦ ଗାଡି ଉପରେ ମାଡିଗଲା ବସ୍ ୪ ମୃତ, ୨୬ ଆହତ
  • ||
  • କାଲୁଆ କଲା କୋହଲା ପାଗ; ରାଜଧାନୀ ସମେତ ଅଧିକାଂଶ ସ୍ଥାନରେ ବର୍ଷା, ଆସନ୍ତା ୫ ଦିନ କୋହଲା ରହିବ ପାଗ
  • ||

ଶୁକ୍ରବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | November 8, 2024 6:51 AM

ମେଷ : ଦଶମଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ନିଜର ମନୋବଳ ବୃଦ୍ଧି ପାଇବ ଏବଂ ଦୃଢ଼ ଆତ୍ମ ବିଶ୍ୱାସ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ ସେମାନେ ସୁଫଳପାଇବେ । 

ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ନବମ ଚନ୍ଦ୍ର, ଶୁକ୍ରବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି  ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ମୃଗଶିରା ବୃଷ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୩, ଆରାଧନା: ମା’ କମଳା ।

ମିଥୁନ : ଅଷ୍ଟମଚନ୍ଦ୍ର, ଆଠ ତାରିଖ ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ସପ୍ତମଚନ୍ଦ୍ର, ସପ୍ତମୀତିଥି, ଶୁକ୍ରବାର ଯୋଗୁ ନୂତନ ଗୃହାରମ୍ଭ, ଭୂମି ପୂଜା ଓ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ, ଶତ୍ରୁବୃଦ୍ଧି ଘଟିବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲି ଚଳନ, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ଅଧିକ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା କନ୍ୟା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା,ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ସ୍ୱଜନରେ ବିବାଦ, ପରିବାରରେ ମନୋମାଳିନ୍ୟ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖାତୁଳା ସେମାନେ ସତର୍କ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଗାୟତ୍ରୀ ।

ବିଛା :  ଘାତବାର ଏବଂ ତୃତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ରଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।

ଧନୁ : ଘାତବାର ଏବଂ ଦ୍ୱିତୀୟଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମ ତୃପ୍ତି ମିଳିବ ନାହିଁ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁହନୁମାନ ।

ମକର : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ :  ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଶତ ଭିଷା ଓ ପୂର୍ବାଷାଢ଼ାକୁମ୍ଭ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଧୂସରସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

ମୀନ : ଏକାଦଶଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ ଭୂମି ପୂଜା, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, କର୍ମାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇପାରନ୍ତି । ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମା ରମ୍ଭର ସୁଯୋଗ ଜୁଟିବ । ଯେଉଁମାନଙ୍କର ଉତ୍ତରାଭାଦ୍ରମୀନ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.