ପ୍ରମୁଖ ଖବର
  • ବୌଦ୍ଧ ପୋଲିସକୁ ବଡ଼ ସଫଳତା, ୧୦ ଜଣିଆ ଡକାୟତି ଗ୍ୟାଙ୍ଗ ଧରିଲେ
  • ||
  • ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ, ରତ୍ନଭଣ୍ଡାର ଖୋଲିବା, ମରାମତି ନେଇ ଆଲୋଚନା
  • ||
  • ରାଇଘରରେ ପୋଲିସ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
  • ||
  • ଦିନକ ପରେ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା, ନରେନ୍ଦ୍ରରେ ଚାପ ଖେଳିବେ ମଦନମୋହନ
  • ||
  • ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, କୃଷ୍ଣପ୍ରସାଦପୁରରେ କରିବେ ପ୍ରଚାର
  • ||
  • ଝାରସୁଗୁଡ଼ା, ପଡିଆରୁ ୩ ମୃତଦେହ ଠାବ, ଗୋଟିଏ ପରିବାର ହୋଇଥିବା ସନ୍ଦେହ
  • ||
  • ଆଇପିଏଲ ମହାସମରରେ ପଞ୍ଜାବ କିଙ୍ଗ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ହାରିଲେ ବିଦା
  • ||
  • ବିଏମ୍‌ସି କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଏଣିକି ବିଳମ୍ବରେ ଅଫିସ୍ ଆସିଲେ ଦରମା କାଟ୍‌
  • ||
  • ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ, କନ୍ଧମାଳରେ କ୍ୟାମ୍ପେନିଂ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା, ୧୫ ଯାଏ ଉପକୂଳରେ ବଢ଼ିବନି ତାତି
  • ||

ରବିବାର ରାଶିଫଳ; ବକେୟା ଧନ ଆଦାୟ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ…

ମେଷ : ଘାତବାର, ଘାତତିଥି ଏବଂ ଦ୍ୱିତୀୟଚନ୍ଦ୍ର ଯୋଗୁ ସମସ୍ତକର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁଗଜାନନ ।

ବୃଷ : ଦ୍ୱିତୀୟ ଚନ୍ଦ୍ରଯୋଗୁ ଧନ ପ୍ରତିମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ଆଦାୟ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରାବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ପରିବାରପ୍ରତି ଅଧିକ ଯତ୍ନବାନ ହେବେ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମ ତୃପ୍ତି ରହିବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଦ୍ୱାଦଶଚନ୍ଦ୍ର, ଘାତତିଥି ଯୋଗୁ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶଟଙ୍କା ହେବଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗିରହିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶପାଇବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଏକାଦଶଚନ୍ଦ୍ର, ରବିବାର ଯୋଗୁ ଆୟର ମାର୍ଗ ଅତିଉତ୍ତମ ହେବ ଏବଂ ଆକସ୍ମିକ ଧନପ୍ରାପ୍ତି କୌଣସି  ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ  ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତିବିପଦର ସମ୍ଭାବନା ରହିଛି । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ନବମ ଚନ୍ଦ୍ରଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ ମହତ୍‌ଜନଙ୍କ ଆଶ୍ରୟ ମିଳିବ । ଗୁରୁଜନଙ୍କପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଅଷ୍ଟମ ଚନ୍ଦ୍ର, ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଅଗ୍ରସର ହେବେ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କରଜ୍ୟେଷ୍ଠାବିଛା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : ସପ୍ତମଚନ୍ଦ୍ର, ରବିବାର ଯୋଗୁ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଷଷ୍ଠଚନ୍ଦ୍ର, ଷଷ୍ଠୀତିଥି ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା, ପରିବାରରେ ମିତ୍ରତା, ଚାଲିଚଳନ, ବ୍ୟବହାରରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପରିବେଶ, ପରିସ୍ଥିତି ଓ ସମୟ ଆପଣଙ୍କ ପାଇଁ ଅନୁକୂଳ ହେବ । କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ ମିଳିବ ।ଯେଉଁମାନଙ୍କରଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ଉପକୃତହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ପୁରାତନ ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମହେବଏବଂକର୍ମରେସଫଳତା ଓ ସମ୍ମାନ ଶୀର୍ଷରେରହିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଚତୁର୍ଥ ଚନ୍ଦ୍ରଯୋଗୁ ଆର୍ଥିକ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ, ବନ୍ଧୁବାନ୍ଧବରେ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟର ସମ୍ମୁଖୀନ ହେବେ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଏବଂ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା :  ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

 ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.