ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶନିବାର ରାଶିଫଳ; ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ...

ମେଷ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ଆକସ୍ମିକ ଧନଲାଭ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ନୂତନ କର୍ମାରମ୍ଭ ଏବଂ ନୂତନ ନିଯୁକ୍ତିର ସୁଯୋଗ ଆସିପାରେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା :୬୩, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଅଧିକ ଧ୍ୟାନ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର କୃତ୍ତ୍‌ିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଅଷ୍ଟମ ଚନ୍ଦ୍ର, ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ ଏବଂ ମିନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାେରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପକ୍ରାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ ସହଯୋଗ ଧନ ମିଳିବ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଘାତବାର, ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତତିଥି ଯୋଗ ସନ୍ତାନସନ୍ତତି, ପିତାମାତା, ସାଙ୍ଗସାଥୀ ଏବଂ ସହକର୍ମୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଏବଂ ସ୍ମରଣଶକ୍ତି ହ୍ରାସ ପାଇବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନହାନି ଘଟିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ସମସ୍ତ ଆଶା, ଆକାଂକ୍ଷା , ଅଭିଳାଷ ପୂର୍ଣ୍ଣ ହେବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ ।  ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ତୃତୀୟ ଚନ୍ଦ୍ର, ଘାତତିଥି ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଘାତତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଶ୍ରୀଚନ୍ଦ୍ର, ଶନିବାର ଏବଂ ଶତଭିଷା କୁମ୍ଭ, ତିନୋଟି ‘ଶ’ ପଡ଼ୁଥିବାରୁ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଅସମ୍ଭବ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଘାତଚନ୍ଦ୍ର ଯୋଗୁ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।  ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା :  ମା’ ତାରା ।

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.