ମେଷ :ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ଘାତତିଥି ଓ ମଙ୍ଗଳବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ । ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତାପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ

ବୃଷ :ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ । କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ

ମିଥୁନ :ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ସଫଳତା, ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ମେରୁନ୍, ସଂଖ୍ୟା : ୮, ଆରାଧନା : ମା ଷୋଡ଼ଶୀ

କର୍କଟ :ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ନୂତନ ବ୍ୟବସାୟାରମ୍ଭ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା: ୩, ଆରାଧନା : ମା ସମଲେଶ୍ୱରୀ

ସିଂହ:ଦଶମଚନ୍ଦ୍ର, ମଙ୍ଗଳବାର, ଷଷ୍ଠୀ ତିଥି ଯୋଗୁ କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନବୁର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସଦ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା: ୧୧, ଆରାଧନା : ମା’ ମାଣିକେଶ୍ୱରୀ

କନ୍ୟା :ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ମେରୁନ୍, ସଂଖ୍ୟା: ୧୨, ଆରାଧନା : ଭଗବାନ ବିଷ୍ଣୁ

ତୁଳା :ଅଷ୍ଟମଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା

ବିଛା :ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଏବଂ ମହିଳା ସହକର୍ମୀଙ୍କ ଠାରୁ ଅପମାନ ମିଳିପାରେ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା :ପ୍ରଭୁହନୁମାନ

ଧନୁ :ଷଷ୍ଠଚନ୍ଦ୍ର, ଷଷ୍ଠତିଥି ଏବଂ ମଙ୍ଗଳବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁ ମାନେ ବଶୀଭୂତ ହେବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ

ମକର :ଘାତବାର, ଘାତ ନକ୍ଷତ୍ର ଓ ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ ଏବଂ କଳା, ସଂସ୍କୃତିରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିବେ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା, କର୍ମକୁ ନେଇ ନିଜକୁ ଗୌରବାନ୍ୱିତ ମନେ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ବିରୋଧର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା

କୁମ୍ଭ:ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ

ମୀନ:ତୃତୀୟଚନ୍ଦ୍ର, ମଙ୍ଗଳବାର,ଷଷ୍ଠୀତିଥି ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା

ଜ୍ୟୋତିର୍ବିଦ୍: କୈଳାସ ଦାଶ

୯୪୩୭୧୩୩୪୭୩