ପ୍ରମୂଖ ଖବର
  • ଦିଲ୍ଲୀ: ବଢିଲା ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ, 'ଶୀଶମହଲ'ର ତଦନ୍ତ ନେଇ CPWDକୁ CVCର ନିର୍ଦ୍ଦେଶ
  • ||
  • ୧୯ରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଳାକୁ ଓ୍ୱାର୍ଣ୍ଣିଂ ଜାରି
  • ||
  • ସାର୍ବଜନୀନ ହେବ ରତ୍ନଭଣ୍ଡାର ତଥ୍ୟ, ଅଳଙ୍କାର ଗଣତି ମଣତି ପରେ ସୂଚନା ଦେବେ ସରକାର
  • ||
  • E-KYC ଅପଡେଟ୍ କରିନାହାଁନ୍ତି ୩୩ ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ, ମାର୍ଚ୍ଚ ୩୧ ଯାଏଁ ବଢିଲା ଅବଧି
  • ||
  • ଜୟନାରାୟଣଙ୍କ ବିସ୍ଫୋରକ ବୟାନ : 'ପାଣ୍ଡିଆନ୍‌ଙ୍କ ନଂ ୱାନ୍ ଚାମଚା ହେବାକୁ ଚାଲିଛି ପ୍ରତିଯୋଗୀତା'
  • ||
  • ଶିମିଳିପାଳରେ AI କ୍ୟାମେରା ଧରିଲା ଶିକାରୀ, ୬ ଶିକାରୀ ଗିରଫ
  • ||
  • ଝାରସୁଗୁଡ଼ା : ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଉତ୍ତେଜନା
  • ||
  • ହଟିଲା ନିଲମ୍ଵନ, ଦୀର୍ଘ ୯ ମାସ ପରେ ଘର ବାହୁଡ଼ିଲେ କଂଗ୍ରେସର ଟାଣୁଆ ନେତା ସୁର ରାଉତରାୟ
  • ||
  • ବଜେଟ୍ ଅଧିବେଶନ ଅଚଳାବସ୍ଥା, ରାଜ୍ୟପାଳଙ୍କୁ ଫେରାଦ ହେଲା ବିଜେଡ଼ି ସଦସ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ହୁଲସ୍ତୁଲୁ, ୧ ମିନିଟ୍ ବି ଚାଲିପାରିଲାନି ଗୃହ
  • ||
  • ଢେଙ୍କାନାଳ : ପାରିବାରିକ କଳହର କରୁଣ ପରିଣତି, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ଆଜିଠୁ କଳିଙ୍ଗରେ ହକି ପର୍ବ: ଭାରତୀୟ ମହିଳା ଦଳ ଇଂଲଣ୍ଡକୁ ଏବଂ ପୁରୁଷ ଦଳ ସ୍ପେନକୁ ଭେଟିବ
  • ||
  • ପ୍ରୟାଗରାଜରେ ଭୀଷଣ ଦୁର୍ଘଟଣା : ବସ୍ ସହ ଧକ୍କା ହେଲା ବୋଲେରୋ, ୧୦ ଶ୍ରଦ୍ଧାଳୁଙ୍କ ଚାଲିଗଲା ଜୀବନ
  • ||
  • ବାଙ୍ଗିରିପୋଷି : ଅଜଣା ଗାଡି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଶନିବାରଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା; ଦେଶର ୭୮୪୨ଟି ପରୀକ୍ଷା କେନ୍ଦ୍ରରେ ଏକ୍ସଜାମ୍‌ ଦେବେ ୪୨ ଲକ୍ଷ ଛାତ୍ରଛାତ୍ରୀ
  • ||
  • ରାଜ୍ୟରେ ବଦଳିବ ପାଗ, ୧୯ ଓ ୨୦ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
  • ||

ହୋଟେଲ ମାଲିକଙ୍କୁ ହାଣିଲେ ପାଖ ହୋଟେଲ୍‌ କର୍ମଚାରୀ, ଗିରଫ ପରେ ଜେଲ ଗଲା ଅଭିଯୁକ୍ତ

Published By : Prameya | January 25, 2025 7:38 AM

ଭୁବନେଶ୍ୱର,୨୫/୦୧: ଜଣେ ହୋଟେଲ୍‌ ମାଲିକଙ୍କୁ ହାଣି  ହତ୍ୟା ଉଦ୍ୟମ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୁଲିସ  ଅନ୍ୟ ଏକ ହୋଟେଲ୍‌ କର୍ମଚାରୀଙ୍କୁ ଗିରଫ କରିଛି । ଅଭିଯୁକ୍ତ ଷ୍ଟେସନ ରୋଡ୍‌ରେ ଥିବା ଡେଲାଙ୍ଗ ହୋଟେଲର କର୍ମଚାରୀ  ବୀରେନ୍‌ ଓରଫ ବୀରେନ୍ଦ୍ର ପ୍ରଧାନ(୪୨) । ଘର ଡେଲାଙ୍ଗ ଥାନା  ବଡ଼ଙ୍କୁଳ । 

ପୁଲିସ ସୂଚନା ଅନୁଯାୟୀ, ଡେଲାଙ୍ଗ ହୋଟେଲକୁ ଲାଗି ରବୀନ୍ଦ୍ର କୁମାର ଜୟସିଂହ ‘ଖାନା ବିରିୟାନୀ ସେଣ୍ଟର’  ଖୋଲିଛନ୍ତି । ଗତକାଲି ରାତିରେ ତାଙ୍କ ଦୋକାନରେ ଗ୍ରାହକମାନେ ଖାଇ ବସିଥିବା ବେଳେ ବୀରେନ୍‌ କିଛି ମଇଳା ପାଣି ସେଠାରେ  ଢାଳି ଦେଇଥିଲେ । ଏହାକୁ ରବୀନ୍ଦ୍ର ବିରୋଧ କରିବାରୁ ବୀରେନ୍‌ ତାଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳି କରିବା ସହ ଏକ ଧାରୁଆ ଅସ୍ତ୍ରରେ  ହାଣି ପକାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ  ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏ ନେଇ ଥାନାରେ ଅଭିଯୋଗ  ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ରାତାରାତି  ବୀରେନ୍‌ଙ୍କୁ ଉଠାଇ ଆଣିଥିଲା । ବୀରେନଙ୍କ ନାମରେ ପୂର୍ବରୁ ମଧ୍ୟ ଡେଲାଙ୍ଗ ଥାନାରେ ଏକ ମାମଲା ଥିବା ଜଣା ପଡ଼ିଥିଲା। ଶୁକ୍ରବାର ବୀରେନଙ୍କୁ କୋର୍ଟଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର  ହେବାରୁ ତାଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.