ଭୁବନେଶ୍ୱର,୧୯/୦୩: ବିଧାନସଭା ବଜେଟ୍ ଅଧିବେଶନ। ବୁଧବାର ଦିନ ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ନାରାବାଜି। ଚାଲିପାରିଲାନି ଗୃହ, ଧୋଇଗଲା ପ୍ରଶ୍ନକାଳ। ମଧ୍ୟାହ୍ନ ୧୨ ଯାଏଁ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢୀ । 

ସୂଚନା ମୁତାବକ, ବୁଧବାର ଦିନ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ନାରୀ ନିର୍ଯାତନା ପ୍ରସଙ୍ଗରେ ଗୃହ ମଧ୍ୟଭାଗକୁ ଆସି ନାରାବାଜି ସହ ହୋହାଲ୍ଲା କରିଥିଲେ । ପ୍ଲାକାର୍ଡ ଧରି ଗୃହ ମଧ୍ୟ ଭାଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହି ସମୟରେ ବାଚସ୍ପତି ବାରମ୍ବାର ବିକ୍ଷୋଭ ପ୍ରଦର୍ଶନ କରୁଥିବା ସଦସ୍ୟଙ୍କୁ ନିଜ ନିଜ ସିଟ୍‌ରେ ବସିବାକୁ ଅନୁରୋଧ କରିଥିଲେ । ହେଲେ ବିରୋଧୀ ଦଳର ସଦସ୍ୟମାନେ ବାଚସ୍ପତିଙ୍କ କଥାକୁ ଶୁଣିନଥିଲେ । ଶେଷରେ ବାଧ୍ୟ ହୋଇ ବାଚସ୍ପତି ସୁରମା ପାଢୀ ବିଧାନସଭାକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । 

୫୧ ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ଆରମ୍ଭ, ୧୧ହଜାର ୮ଶହ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ

ସେପଟେ ଗୃହ ମୁଲତବୀ ପରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସର ମଧ୍ୟରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦିଆଯାଇଛି । କଂଗ୍ରେସର ସମସ୍ତ ସଦସ୍ୟ ହାତରେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ସରକାର ଆମ ଦାବି ନଶୁଣିବା ଯାଏଁ ଏହି ଆନ୍ଦୋଳନ ଜାରି ରହିବ ବୋଲି କଂଗ୍ରେସ ସଦସ୍ୟ କହିଛନ୍ତି ।