ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

Published By : Harapriya Sethi | January 4, 2025 8:00 AM

ସୋର,୦୪/୦୧: ବିଳମ୍ବିତ ରାତିରେ ପରିବାର ଚାରି ସଦସ୍ୟ ଶୋଇଥିବା ବେଳେ ଜଳିଗଲା ଘର । ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘରେ ଥିବା ୩୫ ହଜାର ଟଙ୍କା ଓ ୨୦ ଗ୍ରାମ ସୁନା ପୋଡ଼ିଯାଇଛି । ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ତେଣ୍ଟେଇ ଶୋଳଗାଁ ବସନ୍ତ ସେଠୀଙ୍କ ଘରେ ଏହି ଅଗ୍ନିକାଣ୍ଡ ଘଟିଛି । 

ସୂଚନା ମୁତାବକ, ଶୁକ୍ରବାର ରାତିରେ ବସନ୍ତ ସେଠୀ ତାଙ୍କ ସ୍ତ୍ରୀ  ନିରୁପମା,୧୦ ବର୍ଷର ପୁଅ ସତ୍ୟଜିତ ଓ ୨ବର୍ଷର ଝିଅ ରଞ୍ଜିତା ଘରେ ଶୋଇଥିଲେ । ଏହି ସମୟରେ ହଠାତ୍ ଘରେ ନିଆଁ ଲାଗି ଯାଇଥିଲା । ନିଆଁ ଲାଗିବାରୁ ଘର ଧୁଆଁରେ ଭର୍ତ୍ତି ହୋଇ ଯାଇଥିଲା । ଧୁଆଁ ହେବାରୁ ସମସ୍ତେ ନିଆଁ ଲାଗିଥିବା ଜାଣି ପାରିଥିଲେ । ନିଆଁ ଲାଗିଥିବା ଦେଖି ତୁରନ୍ତ ସମସ୍ତେ ଘର ବାହାରକୁ ଦୈଡ଼ି ପଳାଇଥିଲେ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଆଁକୁ ଆୟତ କରିଛି । ତେବେ ଏହି ଅଗ୍ନିକାଣ୍ଡରେ ବସନ୍ତଙ୍କର ନଗଦ ୩୫ ହଜାର ଟଙ୍କା ଓ ୨୦ ଗ୍ରାମ ସୁନା ପୋଡ଼ିଯାଇଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.