ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟିଘର, ଜଣେ ମୃତ

ବିଶ୍ୱନାଥପୁର, ୧୪/୦୯ : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜନଜୀବନ ବେହାଲ ହୋଇପଡ଼ିଛି। ବୁଧବାର ବିଳମ୍ବିତ ରାତିରେ ବିଶ୍ବନାଥପୁର ଥାନା ଡୁମେରମୁଣ୍ଡା ଗାଁରେ ଏକ ମାଟିଘର ଭୁଶୁଡ଼ି ପଡ଼ିବାରୁ ଘର ତଳେ ଚାପି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।  

ସୂଚନାନୁଯାୟୀ, ଡୁମେରମୁଣ୍ଡା ଗାଁର ଋଷିମଣି ସାହୁ (୪୫ ବର୍ଷ) ନାମକ ଜଣେ ବ୍ୟକ୍ତି ଶୋଇଥିବା ବେଳେ ମାଟିଘର ତାଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଫଳରେ ତଳେ ଚାପିହୋଇ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆଁ, ବିଶ୍ବନାଥପୁର ସରପଞ୍ଚ ସୁରଥ ମାଝୀ, ସମିତିସଭ୍ୟ ଅଜିତ ପ୍ରଧାନୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ବିଶ୍ବନାଥପୁର ପୁଲିସ ପକ୍ଷରୁ ଏଏସ୍ଆଇ ବୁଦ୍ଧେଶ୍ବର ମାଝୀ, ବୁଦ୍ଧିଶ୍ୟାମ ମାଝୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡ଼ିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.