ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର କୃତ୍ତିକା ମେଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ : ଘାତବାର, ଏକାଦଶଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ନୂତନ ଆୟର ପନ୍ଥା ଖୋଲିବ । ମନରେ ଉନ୍ନତ ଚିନ୍ତା ଧାରା, ଉଚ୍ଚା ଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଦଶମଚନ୍ଦ୍ର, ଶନିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେ କୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :କଫି, ସଂଖ୍ୟା: ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ : ଘାତବାର ଓ ଅଷ୍ଟମଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଗୋଲାପି, ସଂଖ୍ୟା: ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ଘାତବାର ଓ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଧନ, ମାନ, ସମ୍ମାନ, ସ୍ୱଜନରେ ବିବାଦ, ପରିବାରରେ ସୁଖ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ ସହ ଧର୍ମିଣୀଙ୍କ ସହଯୋଗ ମିଳିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ । ପୁତ୍ର କନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ହସ୍ତାକନ୍ୟା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଷଷ୍ଠଚନ୍ଦ୍ର, ଶନିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ:ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁ ତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ ବୈବାହିକ କର୍ମ ଆୟୋଜନରେ ବ୍ୟସ୍ତ ରହିବେ । ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ,ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।
ଧନୁ : ଘାତବାର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି କିମ୍ବା ଆର୍ଥିକ ଠକାମିର ସମ୍ମୁଖୀନ ହୋଇପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ତୃତୀୟ ଚନ୍ଦ୍ର, ଶନିବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ କର୍ମା ରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଦୃଢ଼ ଇଚ୍ଛା ଶକ୍ତି ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତି ପାଦନ କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଦ୍ୱିତୀୟ ଚନ୍ଦ୍ର, ଘାତ ତିଥି ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ମିଳିବ ନାହିଁ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ହୃତ ଧନ ଫେରିପାଇବେ । ଖର୍ଚ୍ଚ କରିବାରେ ଟାଳ ଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଶତ ଭିଷା କୁମ୍ଭ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :କଳା, ସଂଖ୍ୟା :୧୧, ଆରାଧନା : ମା’ ଭୈରବୀ ।
ମୀନ : ଶ୍ରୀଚନ୍ଦ୍ର ଯୋଗୁ ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ପୁତ୍ର କନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଉତ୍ତରା ଭାଦ୍ରମୀନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩