ପ୍ରମୂଖ ଖବର
  • କନ୍ଧମାଳ : ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ବାପା
  • ||
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

କେମିତି କଟିବ ଆଜିର ଦିନ; ଜାଣନ୍ତୁ ଆପଣଙ୍କ ଭାଗ୍ୟଫଳ...

Published By : Bijay Swain | May 19, 2025 10:43 PM

ଅଦ୍ୟ ତା.୨୦.୦୫.୨୦୨୫ରିଖ, ବୃଷ ୦୬ ଦିନ, ଜ୍ୟେଷ୍ଠ ମାସ, କୃଷ୍ଣପକ୍ଷ, ସପ୍ତମୀ ଗତ ଅଷ୍ଟମୀ, ମଙ୍ଗଳବାର। ସପ୍ତମୀ: ସକାଳ ୫ଟା ୫୨ ମିନିଟ୍‌। ଧନିଷ୍ଠା: ରାତ୍ରି ୭ଟା ୩୨ମିନିଟ୍‌, ମୀନ ଚନ୍ଦ୍ର: ସକାଳ ୭ଟା ୩୫ ମିନିଟ୍‌। ସୂର୍ଯ୍ୟୋଦୟ : ୫ଟା ୧୧ମିନିଟ୍‌ ୩୫ସେକେଣ୍ଡ, ସୂର୍ଯ୍ୟାସ୍ତ: ୬ଟା ୧୫ମିନିଟ୍‌ ୪୬ସେକେଣ୍ଡ। ଯୋଗିନୀ ବାୟବ୍ୟେ, ସକାଳ୫ଟା ୫୨ମିନିଟ୍‌ ଗତେ ଐଶାନ୍ୟେ। ମୃତେ ଦ୍ୱିପାଦ, ସକାଳ୫ଟା ୧୫ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ। ନଡ଼ିଆ ଖାଇବା ମନା, ଖାଇଲେ ମୂର୍ଖ ହେବେ। ଅମୃତ ବେଳା : ସକାଳ ୮ଟା ୪୬ମିନିଟ୍‌ ଗତେ, ୧୧ଟା ୧୮ମିନିଟ୍‌ ମଧ୍ୟେ।

ଆଜିର ରାଶିଫଳ

ମେଷ : ଦଶମ ଓ ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ନୂତନ ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗଖୋଲିବ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା: ପ୍ରଭୁ ହନୁମାନ।

ବୃଷ : ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ଏହାପରେ ଦଶମ ଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରି ଯିବ ଏବଂ ଦେହ, ମନ ସୁସ୍ଥ ରହିବ। ମନରୁ ଆଳସ୍ୟତା ଦୂର ହେବ ଏବଂ ଚଳଚଞ୍ଚଳ, କର୍ମତତ୍ପର ରହିବେ। ସାରା ଦିନ କର୍ମରେ ବ୍ୟସ୍ତ ରହିବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ପାଇବେ ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ।

ମିଥୁନ : ଘାତଚନ୍ଦ୍ର ଓ ଅଷ୍ଟମୀତିଥି ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦାମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ।

କର୍କଟ : ଅଷ୍ଟମଚନ୍ଦ୍ର, ସକାଳ ୫ଟା ୫୨ ମିନିଟ୍‌ ପରେ ଅଷ୍ଟମୀତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ।

ସିଂହ : ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ପରିଚିତ ମହିଳାଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ। ଏହାପରେ ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟଜୀବନରେ ମଧୁରତା ଆସିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ କୌଣସି ବୈବାହିକ କର୍ମରେ ଯୋଗଦେବେ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ।

କନ୍ୟା : ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ କିଛି ସମସ୍ୟା ଦେଖାଦେବ। ଏହାପରେ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦ ଓ ଆର୍ଥିକ କଷ୍ଟରୁ ସାମୟିକ ମୁକ୍ତି ମିଳିବ। ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ପରୋପକାର, ସମାଜସେବା ଓ ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ। ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ।

ତୁଳା : ସକାଳ ୭ଟା ୩୫ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ବିପଦରେ ପଡ଼ିବେ। ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଚିତ୍ରାତୁଳା, ସେମାନେ ସତର୍କ ହେବେ। ଶୁଭରଙ୍ଗ :କଫି, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ।

ବିଛା : ତୃତୀୟ ଓ ଚତୁର୍ଥ ଚନ୍ଦ୍ର ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ। ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା, ସମ୍ମାନ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ।

ଧନୁ : ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେ ସମୟ ମଧ୍ୟରେ ଆର୍ଥିକ କାରବାର ବେଳେ ସତର୍କ ହେବେ। ଏହାପରେ ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।

ମକର : ଘାତବାର ଏବଂ ସକାଳ ୭ଟା ୩୫ ମିନିଟ୍‌ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ। କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଉତ୍ତରଷାଢ଼ା ଓ ଧନିଷ୍ଠାମକର, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା।

କୁମ୍ଭ : ଦ୍ୱାଦଶଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ। ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା।

ମୀନ : ସକାଳ ୭ଟା ୩୫ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ। ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ମା’ ତାରା।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଦୁରଭାଷ: ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.