ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୋଢ଼ୋଖଳ ସଂରକ୍ଷିତ ଜଙ୍ଗଲରୁ ବିପୁଳ ଶାଳ କାଠ ଜବତ, ୩ ଗିରଫ

ବୌଦ୍ଧ, ୦୨/୦୨ : ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜ ଅନ୍ତର୍ଗତ ପୋଢ଼ୋଖଳ ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ ବୋଝେଇ ଗାଡ଼ି ଜବତ। ୩ ଅଭିଯୁକ୍ତ ଗିରଫ । ମାଧପୁର ବନବିଭାଗ ଗାଡିରୁ ୩୫ ଖଣ୍ଡ ଶାଳ କାଠ ଜବତ କରିଛି। ଜବତ କାଠର ଆନୁମାନିକ ମୂଲ୍ୟ ୨ ଲକ୍ଷରୁ ଉର୍ଦ୍ଧ୍ବ ହୋଇଥିବା ନେଇ ସୂଚନା ମିଳିଛି । ଗିରଫ ଅଭିଯୁକ୍ତମାନେ ହେଲେ ସୁଶାନ୍ତ ବେହେରା, ସୁବ୍ରତ ନାଏକ ଓ ନୀଳକଣ୍ଠ ବେହେରା । 

ସୂଚନା ଅନୁଯାୟୀ, ମାଧପୁର ରେଞ୍ଜର ଆଶିଷ ଦିଗାଲ ପୋଢ଼ୋଖଳ ସଂରକ୍ଷିତ ଜଙ୍ଗଲରୁ ଏକ ଗାଡ଼ି ଯୋଗେ ବିପୁଳ ପରିମାଣର ଶାଳ କାଠ ଚାଲାଣ କରୁଥିବା ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ବନବିଭାଗ କର୍ମଚାରୀଙ୍କୁ ନେଇ ଚଢାଉ କରିଥିଲେ। ଚଢାଉ ବେଳେ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗାଡିରୁ ୩୫ ଖଣ୍ଡ ଶାଳ କାଠ ଜବତ ହୋଇଛି। ଉକ୍ତ କାଠର ମୂଲ୍ୟ ପ୍ରାୟ ୨ ଲକ୍ଷରୁ ଉର୍ଦ୍ଧ୍ବ ହେବ ବୋଲି ସୂଚନା ମିଳିଛି। ସେପଟେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ମାଧପୁର ବନବିଭାଗ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.