ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଡବଲ୍ ଇଞ୍ଜିନ ସରକାରଙ୍କ ବିଫଳତାକୁ ନେଇ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ବିଶାଳ ଜନସମ୍ପର୍କ ପଦଯାତ୍ରା

Published By : Swapna Ray | November 10, 2024 4:23 PM

ନୟାଗଡ଼, ୧୦।୧୧: ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ବିଶାଳ ଜନସମ୍ପର୍କ ପଦଯାତ୍ରା । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ବିଜୁଜନତା ଦଳର ବିଧାୟିକା ପ୍ରାର୍ଥୀନୀ ସାବିତ୍ରୀ ପ୍ରଧାନ ଏବଂ ଭାପୁର ବ୍ଲକର ଉପାଧ୍ୟକ୍ଷ ବେଣୁଧର ପ୍ରଧାନଙ୍କ ନେତୃତ୍ୱରେ ରବିବାର ବିଶାଳ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି । 

ଏହି ଜନସମ୍ପର୍କ ପଦଯାତ୍ରାରେ ନୟାଗଡ଼ ବିଧାୟକ ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁରର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଖଣ୍ଡପଡ଼ା ବ୍ଲକ ଉପାଧ୍ୟକ୍ଷ ଶିଶିର ସାହୁ, ଅଧ୍ୟକ୍ଷା ଉପମା ବେହେରା, ଖଣ୍ଡପଡ଼ା ଏନଏସି ଉପାଧ୍ୟକ୍ଷ ମିହିର ମିଶ୍ର, ୫ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ରାମେଶ୍ୱର ଶତପଥୀ, ୧୮ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର କୁମାର ଧଳ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଉପାଧ୍ୟକ୍ଷ ବିରଜାଲକ୍ଷ୍ମୀ ସାହୁ, ଭାପୁର ବ୍ଲକ ବିଜେଡି ସଭାପତି ଶିବ ପ୍ରସାଦ ଷଡ଼ଙ୍ଗୀ, ମହିଳା ସଭାନେତ୍ରୀ କବିତା ମହାରଣା ସମେତ ଭାପୁର ଏବଂ ଖଣ୍ଡପଡ଼ା ବ୍ଲକର ସମସ୍ତ ଜନ ପ୍ରତିନିଧି ଏବଂ ପ୍ରାୟ ଦଶହଜାରରୁ ଉର୍ଦ୍ଧ୍ୱଦଳୀୟ କର୍ମକର୍ତ୍ତା, ଶୁଭେଚ୍ଛୁ, ସମର୍ଥକ ଓ ଜନପ୍ରତିନିଧି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଥମେ ଖଣ୍ଡପଡ଼ା ମଧୁବନ ଖେଳପଡ଼ିଆଠାରୁ ପଦଯାତ୍ରାରେ ବାହାରି ଖଣ୍ଡପଡ଼ା ବଜାର ପରିକ୍ରମା କରି ପାଖାପାଖି ୪ କିଲୋମିଟର ପର୍ଯ୍ୟନ୍ତ ବିଜେପି ସରକାର ବିରୋଧରେ ପଦଯାତ୍ରା କରିଥିଲେ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.