ପ୍ରମୂଖ ଖବର
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ମୃତ

Published By : Prameya | March 15, 2025 12:56 PM

ଭୁବନେଶ୍ଵର, ୧୫/୦୩ : ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ମୃତ। ଗଜପତି ଜିଲ୍ଲା ମୋହନା ଥାନା କୁଙ୍କୁଣୀ ପଦାସାହି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶିକାର କରିବାକୁ ଯାଇ ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀର ମୃତ୍ୟୁ ଘଟିଛି। ମୃତକ ରାୟଗଡ଼ ଥାନା ସିନ୍ଧିବା ଗାଁର ହରିଶ୍ଚନ୍ଦ୍ର ଭୂୟାଁ ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ଗତ ଦୁଇ ମାସ ହେଲା ହରିଶ୍ଚନ୍ଦ୍ର ତାଙ୍କ ଦୁଇ ସମ୍ପକୀୟଙ୍କ ସହ ମିଶି କୁଙ୍କୁଣୀ ପଦାସାହି ଗାଁରେ ରହି ଖଜୁରୀ କାଟୁଥିଲେ। ଶୁକ୍ରବାର ରାତି ପ୍ରାୟ ୮ ଟାରେ ଗାଁ ଠାରୁ କିଛି ଦୂରରେ ଗୁଳି ଶବ୍ଦ ଶୁଭିଥିଲା। ଗାଁ ଲୋକେ ଘଟଣାସ୍ଥଳକୁ ଯାଇ ଦେଖିବା ପରେ ହରିଶ୍ଚନ୍ଦ୍ରଙ୍କ ପାଖରେ ଗୋଟିଏ ଦେଶୀ ବନ୍ଧୁକ ପଡ଼ିଥିଲା। ତାଙ୍କ ଅନ୍ତ ବୁଜୁଳା ବାହାରି ପଡିଥିଲା। ଦୁଇ ହାତରେ ଗୁଳି ବାଜି କ୍ଷତ ହୋଇଥିବା ଦେଖିବାକୁ ମିଳିଥିଲା। ଏହାପରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଘରେ କୌଣସି ବନ୍ଧୁକ ନଥିବା ହରିଶ୍ଚନ୍ଦ୍ରଙ୍କ ସ୍ତ୍ରୀ କହିଛନ୍ତି। ତାଙ୍କ ପାଖକୁ କେଉଁଠୁ ବନ୍ଧୁକ ଆସିଲା ସେ ଜାଣିନଥିବା କହିଛନ୍ତି। ପୋଲିସ ଏନେଇ ଛାନଭିନ୍ ଚଳାଇଛି। 

ଏହି ଖବରଟିକୁ ପଢନ୍ତୁ-ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଷ୍ଠୁର ସ୍ୱାମୀ, ଅଭିଯୁକ୍ତ ଅଟକ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.