ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

୩ ଲକ୍ଷ ଟଙ୍କା ଓ ସୁନାଗହଣା ଠକେଇ ମାମଲାରେ ସ୍ୱାମୀ ଗିରଫ; ସ୍ତ୍ରୀ ଫେରାର

Published By : Bijay Swain | July 7, 2025 7:45 PM

ପାପଡାହାଣ୍ଡି, ୭/୭(ଆପ୍ର): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ପାତ୍ରଗୁଡା ଗ୍ରାମରେ ଏସଏଚଜି ମହିଳାଙ୍କ ଟଙ୍କା ହଡପ ଘଟଣାରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ ହୋଇଛି । ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କୋରାଯାଇଛି ।

ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲା ଚନ୍ଦୋଲା ଗ୍ରାମର ଅସିତ ମହାନ୍ତି ଓ ତାଙ୍କ ସ୍ତ୍ରୀ ମଧୁସ୍ମିତା ମହାନ୍ତି ଦୀର୍ଘ ୧୦ ବର୍ଷ ହେଲା ପାପଡାହାଣ୍ଡି ବ୍ଲକ ପାତ୍ରଗୁଡା ଗ୍ରାମରେ ରହି ଆସୁଥିଲେ । ଏଠାରେ ମହିଳା ମାନଙ୍କୁ ନେଇ ଏସଏଚଜି ଗୃପ ମାଧ୍ୟମରେ ପ୍ରୋଲଭନ ଦେଖାଇ ବେସରକାରୀ ବ୍ୟାଙ୍କ ମାନଙ୍କଠାରେ ରୁଣ କରି ଟଙ୍କା ଉଠାଣ କରିଥିଲେ । ପ୍ରାୟ ୧୫ ଜଣ ମହିଳାଙ୍କ ଠାରୁ ୩ ଲକ୍ଷରୁ ଉର୍ଦ୍ଧ ଟଙ୍କା ଓ ଗ୍ରାମବାସୀ ବନ୍ଧକ ରଖିଥିବା ସୁନା ଗହଣା ନେଇ ଗତ ନଭେମ୍ବର ମାସରୁ ଅସିତ ମହାନ୍ତି ଓ ମଧୁସ୍ମିତା ମହାନ୍ତି ଫେରାର ହୋଇଯାଇଥିଲେ । 

ଏନେଇ ପାତ୍ରଗୁଡା ଗ୍ରାମର ମନମତି ପୂଜାରୀ ଓ ୧୫ ଜଣ ମହିଳା ୨୦୨୪ ନଭେମ୍ବର ମାସରେ ପାପଡାହାଣ୍ଡି ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରିଥିଲେ | ଏନେଇ ପାପଡାହାଣ୍ଡି ଥାନା କେଶ ନଂ ୨୩୯/୨୪ ରୁଜୁ କରି ତଦନ୍ତ ଜାରି ରହିଥିଲା । ତେବେ ବିଶେଷ ସୂତ୍ରରୁ ଖବର ପାଇ ଅସିତ ମହାନ୍ତିକୁ ପାପଡାହାଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଦୀପକ କୁମାର ଜେନା ସୂଚନା ଦେଇଛନ୍ତି | ତେବେ ବର୍ତ୍ତମାନ ଯାଏଁ ମଧ୍ୟ ମଧୁସ୍ମିତା ମହାନ୍ତି ଫେରାର ରହିଥିବା ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.