ପ୍ରମୂଖ ଖବର
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||
  • ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ସ୍ଵାମୀର ଟାଙ୍ଗିଆ ମାଡ଼ରେ ସ୍ତ୍ରୀ ଗୁରୁତର

Published By : Rasmita Pradhan | June 6, 2025 2:31 PM

ଝାରସୁଗୁଡ଼ା, ୬/୬ : ସ୍ଵାମୀର ଟାଙ୍ଗିଆ ମାଡ଼ରେ ସ୍ତ୍ରୀ ଗୁରୁତର। ଝାରସୁଗୁଡ଼ା ଟାଉନ୍ ଥାନା ଅନ୍ତର୍ଗତ ପୁରୁଣାବସ୍ତିରେ ଏହି ଘଟଣା ଘଟିଛି। ଗୁରୁତର ମହିଳାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ଝାରସୁଗୁଡ଼ା ଟାଉନ୍ ଥାନା ଅନ୍ତର୍ଗତ ପୁରୁଣାବସ୍ତିର ଲୋକେଶ୍ୱର ସାହୁ ଓ ତାଙ୍କ ସ୍ତ୍ରୀ ବାସୁମତୀ ସାହୁଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ଲାଗିଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଲୋକେଶ୍ଵର ତାଙ୍କ ସ୍ତ୍ରୀ ବାସୁମତୀଙ୍କ ଉପରକୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ବାସୁମତୀ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.