ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପାରିବାରିକ କଳହର କରୁଣ ପରିଣତି; ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ, ସ୍ୱାମୀ ଅଟକ

Published By : Harapriya Sethi | October 3, 2024 10:29 AM

ଭୁବନ,୦୩/୧୦: ପାରିବାରିକ କଳହ ନେଲା ଜୀବନ । ଅଧା ରାତିରେ ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ନୃଶଂସ ସ୍ବାମୀ । ମୃତ ମହିଳା ଜଣକ ବାସନ୍ତି ରାଉତ ବୋଲି ଜଣାପଡ଼ିଛି । ଏହି ଘଟଣାରେ ମହିଳାଙ୍କ ସ୍ୱାମୀ ଦୁଃଖବନ୍ଧୁ ରାଉତକୁ ଅଟକ ରଖିଛି ପୋଲିସ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ବାଲିବୋ ଗ୍ରାମ ମଝିସାହିରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ମଝିସାହିର ଦୁଃଖବନ୍ଧୁ ରାଉତ ବାର ବର୍ଷ ପୂର୍ବେ କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ କଅଁସ ଗ୍ରାମର ଅନାମ ଚରଣ ସାହୁଙ୍କୁ ଝିଅ ବାସନ୍ତିଙ୍କୁ ଦ୍ବିତୀୟ ବିବାହ କରିଥିଲେ । ବିବାହର ବାର ବର୍ଷ ବିତି ଯାଇଥିଲେ ବି ତାଙ୍କର କୌଣସି ସନ୍ତାନ ନଥିଲେ । ସ୍ବାମୀ ଦୁଃଖବନ୍ଧୁ ପ୍ରତିଦିନ ମଦ୍ୟପାନ ଓ ଗଞ୍ଜେଇ ଟାଣି ସ୍ତ୍ରୀଙ୍କ ସହିତ ଝଗଡା କରୁଥିଲେ । କିନ୍ତୁ ବୁଧବାର ରାତିରେ ସ୍ବାମୀ-ସ୍ତ୍ରୀଙ୍କ ଝଗଡା ଚରମ ସୀମାରେ ପହଞ୍ଚିଥିଲା । ନିଜ ସ୍ତ୍ରୀକୁ ହତ୍ୟା କରି କୂଅରେ ଫିଙ୍ଗି ଦେଲା ନୃଶଂସ ସ୍ୱାମୀ । ଏହା ଦେଖି ତାଙ୍କ ପରିବାର ଲୋକେ ତୁରନ୍ତ ଭୁବନ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ବାମୀ ଦୁଃଖବନ୍ଧୁଙ୍କ ଅଟକ ରଖି ଅଗ୍ନିଶମବାହିନୀକୁ ଖବର କରିଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହକୁ କୂଅରୁ ଉଦ୍ଧାର କରିଛି । ଏହା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଭୁବନ ମେଡିକାଲକୁ ପଠାଇଛି ପୋଲିସ । ଏଥି ସହିତ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

ତେବେ ମୃତ ମହିଳାଙ୍କ ବାପଘର ଲୋକେ ଭୁବନ ଥାନାରେ ହତ୍ୟା ମାମଲା ରୁଜୁ କରିଥିବା ଜଣାପଡିଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଦଳକୁ ତଦନ୍ତ କରିବାକୁ ଯାଇଥିବା ନେଇ ଭୁବନ ପୋଲିସ ପକ୍ଷରୁ ଖବର ମିଳିଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.