ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଘରୋଇ କଳହର ଉଗ୍ରରୂପ; ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ

Published By : Rasmita Pradhan | June 13, 2025 10:14 AM

କୁଚିଣ୍ଡା, ୧୩/୦୬: ଘରୋଇ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ। ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି। ଖବର ପାଇ ଗୋବିନ୍ଦପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖିଛି। 

ସୂଚନା ଅନୁଯାୟୀ, ରବିବାର ରାତିରେ ଗୋବିନ୍ଦପୁର ଥାନା ମୁଣ୍ଡଲେଷା ଗାଁର ପିତବାସ ନାଏକ (୨୮ ବର୍ଷ) ଓ ତାଙ୍କ ସ୍ତ୍ରୀ ମାନିନୀ ନାଏକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହାପରେ କଳହ ଉଗ୍ର ରୂପ ନେଇଥିଲା। ଉତ୍ତ୍ୟକ୍ତ ହୋଇ ପିତବାସ ନାଏକ ମାନିନୀଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ଦେଇଥିଲେ। ଘଟଣାସ୍ଥଳରେ ମାନିନୀଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଗୋବିନ୍ଦପୁର ପୁଲିସ ପହଞ୍ଚି ପିତବାସଙ୍କୁ ଅଟକ ରଖିଛି। ଅନ୍ୟ ପଟେ ଆଜି ଝାରସୁଗୁଡାରୁ ସାଇଣ୍ଟିଫିକ୍ ଟିମ୍ ଆସି ତଦନ୍ତ ଆରମ୍ଭ କରିଛନ୍ତି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.