ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ପାରିବାରିକ କଳହର କରୁଣ ପରିଣତି, ବାଲଟିରେ ପିଟିପିଟି ସ୍ତ୍ରୀକୁ ମାରିଦେଲା ସ୍ବାମୀ

ଜଳେଶ୍ଵର,୦୫/୦୮: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ବାଲଟିରେ ପିଟି ପିଟି ହତ୍ୟା କଲା ସ୍ବାମୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ବାଣିଦା ଗ୍ରାମରେ । 

ସୂଚନା ଅନୁଯାୟୀ, ସଞ୍ଜୟ ମହାନ୍ତି ଦୀର୍ଘ ୧୪ ବର୍ଷ ପୂର୍ବରୁ ପଶ୍ଚିମବଙ୍ଗର ଦାନ୍ତନ ଥାନା ଅନ୍ତର୍ଗତ ଜାମଗାଦି ଗ୍ରାମର ନବୀନ ଦାସଙ୍କ ଝିଅ କବିତାଙ୍କୁ ବିବାହ କରିଥିଲେ । ତେବେ ବାହାଘର ପରଠୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବାରମ୍ବାର ଝଗଡା ଲାଗି ରହୁଥିଲା । ଏନେଇ ବିଭିନ୍ନ ସମୟରେ ପରିବାର ଲୋକେ ବସି ଆପୋଷ ବୁଝାମଣା କରିଥିଲେ । ତେବେ ସୋମବାର ସକାଳେ କୌଣସି କଥାକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । ଏହି ସମୟରେ ସ୍ବାମୀ ସଞ୍ଜୟ ସ୍ତ୍ରୀ କବିତାଙ୍କୁ ଏକ ବାଲଟିରେ ପିଟି ଥିଲେ । ଫଳରେ କବିତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଏହି କାରଣରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ  ହୋଇଥିଲା ।ଏ ବିଷୟରେ ସ୍ଥାନୀୟ ଲୋକେ ଜଳେଶ୍ବର ପୋଲିସକୁ ଅବଗତ କରାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ବାମୀଙ୍କୁ ଥାନାକୁ ଆଣି ଅଟକ ରଖିଛି । ମୃତ ମହିଳାଙ୍କ ବାପ ଘର ଲୋକେ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ତ ବୋଲି ଅଭିଯୋଗ କରିଛନ୍ତି । ଏଥି ସହିତ ଅଭିଯୁକ୍ତ ସ୍ବାମୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ପାଇଁ ଦାବି କରିଛନ୍ତି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.