ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସାମାନ୍ୟ ଟଙ୍କା ପାଇଁ ହତ୍ୟାକାଣ୍ଡ, କୁରାଢିରେ ପିଟି ସ୍ତ୍ରୀକୁ ମାରିଲା ସ୍ବାମୀ

Published By : Harapriya Sethi | November 14, 2024 1:27 PM

ବାଙ୍ଗିରିପୋଷି,୧୪/୧୧: ସାମାନ୍ୟ ଟଙ୍କା ପାଇଁ ସ୍ତ୍ରୀକୁ ମାରିଲା ସ୍ବାମୀ। କୁରାଢିରେ ନିର୍ଘାତ ପିଟିବାରୁ ଘଟଣା ସ୍ଥଳରେ ମୃତ୍ୟୁ । ମୃତ ସ୍ତ୍ରୀ ଶାଳଘାଟି ଗ୍ରାମର କୌଶଲ୍ୟା ଦେହୁରୀ (୩୫) ଏବଂ ହତ୍ୟାକାରୀ ସ୍ବାମୀ ହେଉଛନ୍ତି ପଦନ ଦେହୁରୀ (୪୫)ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ପଞ୍ଚାୟତର କଦମଡିହା ଗ୍ରାମ ନିକଟରେ ଏଭଳି ଘଟଣା ଘଟିଛି। 

ସୂଚନା ମୁତାବକ, ଉଭୟ କୌଣସି କାର୍ଯ୍ୟ ନେଇ ନିକଟସ୍ଥ ଗ୍ରାମ କଦମଡିହା ଗ୍ରାମକୁ ଯାଇଥିଲେ । ସେଠାରେ ସାମାନ୍ୟ କିଛି ଟଙ୍କା ପାଇଁ ଦୁଇ ଜଣଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ପଦନ ଧରିଥିବା ଏକ କୁରାଢିରେ କୌଶଲ୍ୟାକୁ ଆକ୍ରମଣ କରିବାରୁ ଘଟଣା ସ୍ଥଳରେ ହିଁ ସେ ଟଳି ପଡ଼ିଥିଲେ । ସ୍ତ୍ରୀର ମୃତ୍ୟୁ ପରେ ସେ ଘଟଣା ସ୍ଥଳରେ ବସି ରହିଥିବା ବେଳେ ସ୍ଥାନୀୟ ଗ୍ରାମବାସୀ ତାଙ୍କୁ ଅଟକ ରଖି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଞ୍ଚି ହତ୍ୟାକାରୀ ସ୍ବାମୀକୁ ଗିରଫ କରିବା ସହ ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.