ପ୍ରମୂଖ ଖବର
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ସନ୍ଦେହ ନେଲା ଜୀବନ, ସ୍ତ୍ରୀକୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲା ସ୍ୱାମୀ

Published By : Prameya | January 11, 2025 10:03 AM

କାଲିମେଳା, ୧୧/୦୧ : ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀର ବେକ କାଟିଲା ସ୍ଵାମୀ। କଟୁରୀରେ ହାଣି ବିଭତ୍ସ ଭାବେ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। 

ସୂଚନାନୁଯାୟୀ, କାଲିମେଳା ଥାନା ଏମଭି ୬୬ ଗ୍ରାମର ନୀତେନ ବିଶ୍ୱାସ କାଲିମେଳା ବଜାରରେ ଥିବା ବ୍ଲକ କଲୋନୀ ସ୍କୁଲ ସମ୍ମୁଖରେ ଆଖୁ ରସ ବିକ୍ରି କରି ପରିବାର ଚଳାନ୍ତି। ଶୁକ୍ରବାର ରାତିରେ ନୀତେନ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଳହ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ନୀତେନ ରାତି ପ୍ରାୟ ୧୨ଟା ବେଳେ ସ୍ତ୍ରୀକୁ ଅତି ବିଭତ୍ସ ଭାବରେ କଟୁରୀରେ ହାଣି ହତ୍ୟା କରିଛି। ଏହାପରେ କାଲିମେଳା ଥାନାରେ ଆତ୍ମସମର୍ପଣ କରିଛି। କାଲିମେଳା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ତ୍ରୀକୁ ସନ୍ଦେହ କରି ନୀତେନ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡ଼ିଛି। କୋରାପୁଟରୁ ସାଇଣ୍ଟିଫିକ ଟିମ୍ ଆସି ତଦନ୍ତ କରିଲା ପରେ ଘଟଣାର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.