ପ୍ରମୂଖ ଖବର
  • ପାରିବାରିକ କଳହ : ଫ୍ୟାନରେ ଝୁଲି ବାପ-ପୁଅଙ୍କ ଆତ୍ମହତ୍ୟା
  • ||
  • ମହୁଆରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ତେଜ ପ୍ରତାପ ଯାଦବ
  • ||
  • ଟ୍ରମ୍ପ ପ୍ରଶାସନର ମନମାନୀ, ବାଧ୍ୟ ହୋଇ ନାସାରୁ ଚାକିରି ଛାଡ଼ିବେ ୩୮୭୦ କର୍ମଚାରୀ
  • ||
  • ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ ଲାଗି ବିଜେପିର ଦାବି
  • ||
  • ଯୁଯୁମୁରା ଦେବଝରଣ ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରଛାତ୍ରୀ ମୃତ
  • ||
  • ଗୟାଜୀରେ ଗ୍ୟାଙ୍ଗରେପ୍ ! ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ
  • ||
  • କଟକ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାକିରି ଦେବାକୁ କହି ଠକେଇ, ଜଣେ ଗିରଫ
  • ||
  • ସଫେଇ କର୍ମଚାରୀଙ୍କୁ ବଡ଼ ଭେଟି : ୧୦ ଲକ୍ଷର ଜୀବନବୀମା, କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ
  • ||
  • ଦୁଇ ଦଶନ୍ଧି ପରେ ଚିନ୍ତାର କାରଣ ପାଲଟିଛି ଚିକନଗୁନିଆ, ଭାରତ ପାଇଁ କେତେ ବିପଦ ?
  • ||
  • ବିଜେଡ଼ି ଆଣିବ ଅନାସ୍ଥା ପ୍ରସ୍ତାବ ! ଇଙ୍ଗିତ ଦେଲେ ବରିଷ୍ଠ ବିଧାୟକ ଅରୁଣ ସାହୁ
  • ||
  • ଟେଷ୍ଟରୁ ସନ୍ନ୍ୟାସ ନେଇପାରନ୍ତି ଯଶପ୍ରୀତ ବୁମ୍‌ରା ! ସାମ୍ନାକୁ ଆସିଲା ବଡ଼ କାରଣ
  • ||
  • ଯାଜପୁର : ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଝାଡ଼ଖଣ୍ଡରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ନକ୍ସଲ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ବଡ଼ ବୟାନ: 'ଖୁବଶୀଘ୍ର ବିଜେପିର ନୂଆ ସାଂଗଠନିକ କମିଟି'
  • ||
  • ଖୁବ୍‌ଶୀଘ୍ର ଏସ୍‌ସିବିରୁ ଡିସ୍‌ଚାର୍ଜ ହେବେ ଜ୍ୟୋତିପ୍ରକାଶ, ସୋମବାର ଡାକ୍ତରୀ ଟିମର ଜରୁରି ବୈଠକ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଦିଲ୍ଲୀ ଏମ୍‌ସରେ ମୁହଁ ଖୋଲିଲେ ବଳଙ୍ଗା ପୀଡ଼ିତା: ବଖାଣିଲେ ସାଂଘାତିକ ସତ, ମାଜିଷ୍ଟ୍ରେଟ୍‌, ଡାକ୍ତରଙ୍କ ସାମ୍ନାରେ ବୟାନ ରେକର୍ଡ
  • ||
  • ଶନିବାର କଟକରେ ସରକାରୀ ଛୁଟି ବାତିଲ୍‌, ବର୍ଷା ଓ ଜଳବନ୍ଦୀ ପାଇଁ ସତର୍କତା
  • ||
  • ମନ୍ତ୍ରିମଣ୍ଡଳ ଅଦଳବଦଳ ଖୁବ୍‌ଶୀଘ୍ର; ବାଦ୍‌ ପଡ଼ିବେ ସବୁ ଅପାରଗ, ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ
  • ||
  • ବଳ ଗୋଟାଉଛି ଅବପାତ: ଆଜି ପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଏସ୍‌ଆରସିଙ୍କ ସତର୍କତା
  • ||

ଘରୋଇ କଳହର କରୁଣ ପରିଣତି, ସ୍ତ୍ରୀକୁ ହାଣି ଥାନାରେ ଆତ୍ମସମର୍ପଣ କଲା ସ୍ଵାମୀ

Published By : Rasmita Pradhan | July 26, 2025 11:00 AM

ବୌଦ୍ଧ,୨୬/୭ : ଘରୋଇ କଳହର କରୁଣ ପରିଣତି। ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ସ୍ତ୍ରୀକୁ ହାଣି ଥାନାରେ ଆତ୍ମସମର୍ପଣ କଲା ନୃଶଂସ ସ୍ଵାମୀ। ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପଛପଟେ ଥିବା ବସ୍ତିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣକ ହେଲେ କୁନି ପ୍ରଧାନ।

ସୂଚନା ମୁତାବକ, ପୁରୁଣାକଟକ ଥାନା ପଛ ପାଖ ବସ୍ତିରେ ରହୁଥିବା ସାର୍ଜନ ପ୍ରଧାନ ଓ ତାଙ୍କ ପତ୍ନୀ କୁନି ପ୍ରଧାନଙ୍କ ମଧ୍ୟରେ ଶୁକ୍ରବାର ରାତିରେ କୌଣସି କାରଣରୁ କଳହ ହୋଇଥିଲା। ଏଥିରେ ସ୍ୱାମୀ ସାର୍ଜନ ରାଗିଯାଇ ପତ୍ନୀଙ୍କୁ ପାଖରେ ଥିବା ଟାଙ୍ଗିଆରେ ହାଣି ଦେଇଥିଲେ । ଫଳରେ କୁନି ଗୁରୁତର ଆହତ ହୋଇ ତଳେ ପଡିଯାଇ ଚିତ୍କାର କରିଥିଲେ । ଏହା ଦେଖି ସାର୍ଜନ ଘରେ ତାଲା ପକାଇ ପୁରୁଣା କଟକ ଥାନାକୁ ଯାଇ ସମସ୍ତ ଘଟଣା କହିବା ସହ ଆତ୍ମସମର୍ପଣ କରିଥିଲେ। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଲା ଭାଙ୍ଗି କୁନିଙ୍କୁ ଘରୁ ଉଦ୍ଧାର କରିବା ସହ ପୁଲିସ ଭ୍ୟାନରେ ପୁରୁଣାକଟକ ହସ୍ପିଟାଲ ନେଇଥିଲା।  କୁନିଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ଅଧିକ ରକ୍ତସ୍ରାବ ପାଇଁ ଅଧା ରାସ୍ତାରେ କୁନିଙ୍କର ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.