ପ୍ରମୂଖ ଖବର
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

Published By : Harapriya Sethi | January 21, 2025 7:49 AM

ଲମତାପୁଟ, ୨୧/୦୧: ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ ସ୍ୱାମୀ-ସ୍ତ୍ରୀ । ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ମୃତକ ନନ୍ଦପୁର ଥାନା ଅଧୀନର ଗେରୁପୁଟ ଗାଁର ବଳରାମ ଗାଲେଲ୍ ଓ ବଲା ଗାଲେଲ୍ ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ଲମତାପୁଟ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବଳରାମ ଗାଲେଲ୍ ଓ ବଲା ଗାଲେଲ୍ ନନ୍ଦପୁର ହାଟ ପଦା ନିକଟରେ ଚା ଦୋକାନ କରନ୍ତି । ସୋମବାର ସନ୍ଧ୍ୟା ସମୟରେ କାଠ ଆଣିବା ପାଇଁ ଉଭୟ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । କିନ୍ତୁ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ଗାଁ ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ । ଶେଷରେ ଜଙ୍ଗଲ ଭିତରେ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସହିତ ଉଭୟଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନନ୍ଦପୁର ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.