ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ଆଇଏଏସ ଧୀମାନ ଚକମାଙ୍କୁ ମିଳିଲା ଜାମିନ

Published By : Suraj Kumar | July 24, 2025 5:43 PM

ଭୁବନେଶ୍ବର, ୨୪।୭  :  ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଥିବା ଆଇଏଏସ  ଧୀମାନ ଚକମାଙ୍କୁ ମିଳିଲା ଜାମିନ ।  ହାଇକୋର୍ଟରୁ ଧୀମାନଙ୍କୁ ମିଳିଛି ଜାମିନ । ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମିଳିଛି। ଏଥିସହ ଭିଜିଲାନ୍ସ ତଦନ୍ତରେ ସହଯୋଗ କରିବେ। ସାକ୍ଷୀ ଓ ପ୍ରମାଣକୁ ପ୍ରଭାବିତ କରିବାକୁ ଚେଷ୍ଟା କରିବେ ନାହିଁ ବୋଲି ସର୍ତ୍ତରେ ଉଲ୍ଲେଖ କରାଯାଇଛି। 

ସୂଚନାଯୋଗ୍ୟ ଯେ, ଧର୍ମଗଡ ଉପଜିଲ୍ଲାପାଳ ଥିବା ବେଳେ  ଧୀମାନ ଚକ୍‌ମା ଜୟପାଟଣା ଅଞ୍ଚଳର  ଜନୈକ କ୍ରସର ମାଲିକଙ୍କୁ ଭୟଭୀତ କରାଇ ୨୦ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ । ଧର୍ମଗଡ଼ସ୍ଥିତ ସରକାରୀ ବାସଭବନକୁ  ତାଙ୍କୁ ଡାକି ୧୦ ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ବାସଭବନର ଅଫିସ୍‌ ଟେବୁଲ ଡ୍ରୟର ଭିତରେ ଟଙ୍କା ରଖିଥିଲେ । ପୂର୍ବ ଯୋଜନା ଅନୁଯାୟୀ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ୨୬ଟି ଶହେ ଟଙ୍କିଆ ବଣ୍ଡଲ ଜବତ କରିଥିଲେ । ଉପଜିଲ୍ଲାପାଳଙ୍କ ସରକାରୀ ବାସଭବନ ଯାଞ୍ଚ ବେଳେ ଆହୁରି ୪୭ଲକ୍ଷ ଟଙ୍କା ନଗଦ ଜବତ କରିଥିଲେ । ଏହା ପରେ  ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରି କୋର୍ଟ ଚାଲାଣ କରିଥିଲା ।  ଏହି ଘଟଣା ପରେ ଆଇଏଏସ ଧୀମାନ ଚକମାଙ୍କୁ ରାଜ୍ୟପାଳ ନିଲମ୍ବନ  କରିଥିଲେ। ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.