ଭୁବନେଶ୍ବର, ୩୧।୩ : ଆଇଏଏସ ସ୍ତରରେ ଅଦଳବଦଳ । ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆାଇଏଏସ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଓଡିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।
ସେହିପରି ଆର. ସନ୍ଥନଗୋପାଳନଙ୍କୁ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ସେହିପରି ଓଡିଶା ରାଜ୍ୟ ପାନୀୟ ନିଗମ ଲିମିଟେଡର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଆଇଏଏସ ବଲବନ୍ତ ସିଂଙ୍କୁ ଓଡିଶା ରାଜ୍ୟ ରାଜପଥ ପ୍ରାଧିକରଣ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।