ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ହେଲେ ସୁଜାତା ରାଉତ କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୦୪/୦୫: ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ବିଭାଗ ସଚିବ ପଦରୁ ବଦଳି କରାଯାଇଛି । ତାଙ୍କୁ ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀମତୀ କାର୍ତ୍ତିକେୟନଙ୍କ ସ୍ଥାନରେ ୨୦୦୧ ବ୍ୟାଚ୍‌ ଆଇଏଏସ୍‌ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ହସ୍ତାନ୍ତର କରାଯାଇଛି । ଶ୍ରୀମତୀ ପଣ୍ଡିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.