ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୬ମାସ ଛୁଟିରେ ଗଲେ ଆଇଏଏସ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର,୭/୬ :  ୬ମାସ ଛୁଟିରେ ଗଲେ ଆଇଏଏସ ସୁଜାତା କାର୍ତ୍ତିକେୟନ । ମେ ୩୧ରୁ ଆସନ୍ତା ନଭେମ୍ବର ୨୬ତାରିଖ ଯାଏଁ ସେ ଛୁଟି‌ରେ ଯାଇଛନ୍ତି । ସେ ୬ମାସ ଚାଇଲ୍ଡ କେୟାର ଲିଭରେ ରହିବେ ।  

ତେବେ ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ସୁଜାତା ଛୁଟିରେ ଥିବା ଦର୍ଶାଇଛନ୍ତି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଚିଠିରେ ଉଲ୍ଲେଖ ରହିଛି । ତେବେ ମିଶନ ଶକ୍ତିରୁ ଅପସାରଣ ପରେ ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତ କାର୍ତ୍ତିକେୟନ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଦାୟିତ୍ବରେ ଥିଲେ ।

ସର୍ବଭାରତୀୟ ପ୍ରଶାସନିକ ସେବା ରୁଲସ୍‌-୧୯୫୫ର ରୁଲ (୧୮-ଡି) ଅନୁସାରେ ସୁଜାତାଙ୍କୁ ଏହି ଛୁଟି ମଞ୍ଜୁର ହୋଇଥିବା ସାଧାରଣ ପ୍ରଶାସନ ବିଭାଗ ଦର୍ଶାଇଛି । ପିଲାର ଯତ୍ନ ପାଇଁ ନେଇଥିବା ଅବଧିର ଛୁଟିକୁ ସାଧାରଣ ଛୁଟିରୁ ବାଦ୍ ଦିଆଯିବ ନାହିଁ । ପିଲାର ଯତ୍ନ ପାଇଁ ନେଇଥିବା ଛୁଟିକୁ ସବୈତନିକ ଛୁଟି ଭାବେ ବିବେଚନା କରାଯିବ ଓ ଛୁଟି ସରିବା ପରେ ଉକ୍ତ ଦରମା ପାଇବାକୁ ସେ ହକଦାର ହେବେ ବୋଲି ଚିଠିରେ ଉଲ୍ଲେଖ ରହିଛି । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.