ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ବିସିସିଆଇ ନିରାଶ, ଏହି ଦେଶରେ ଆୟୋଜିତ ହେବ ଆଗାମୀ ୩ଟି WTC ଫାଇନାଲ୍

Published By : Tapas Panda | July 20, 2025 9:56 PM

Image Courtesy: indiatv

ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଏପର୍ଯ୍ୟନ୍ତ ତିନୋଟି ଫାଇନାଲ ଅନୁଷ୍ଠିତ ହୋଇଛି । ସମସ୍ତ ତିନୋଟି ଫାଇନାଲ ଇଂଲଣ୍ଡରେ ଖେଳାଯାଇଛି । ବର୍ତ୍ତମାନ WTCର ଚତୁର୍ଥ ପର୍ଯ୍ୟାୟ ଖେଳାଯାଉଛି । ଏହାର ଫାଇନାଲ୍ ୨୦୨୭ରେ ଅନୁଷ୍ଠିତ ହେବ । ଏହାରି ମଧ୍ୟରେ ICC ଘୋଷଣା କରିଛି ଯେ, ପରବର୍ତ୍ତୀ ତିନୋଟି ଡବ୍ଲୁଟିସି ଫାଇନାଲ୍ (୨୦୨୭, ୨୦୨୯ ଏବଂ୨୦୩୧) ଆୟୋଜନ କରିବାର ଅଧିକାର ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ୍ ବୋର୍ଡକୁ ଦିଆଯାଇଛି । ଏହାର ଅର୍ଥ ପରବର୍ତ୍ତୀ ତିନୋଟି ଡବ୍ଲୁଟିସି ଫାଇନାଲ୍ ଇଂଲଣ୍ଡ ମାଟିରେ ଅନୁଷ୍ଠିତ ହେବ ।

୨୦୨୭ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଭାରତରେ ଅନୁଷ୍ଠିତ ହୋଇପାରେ ବୋଲି ବହୁତ ଆଲୋଚନା ହେଉଥିଲା । କିନ୍ତୁ ଏହି ସମସ୍ତ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ସିଙ୍ଗାପୁରରେ ଏହାର ବାର୍ଷିକ ବୈଠକ ଆୟୋଜନ କରିଥିଲା । ସେଠାରେ ଆଇସିସି ଭାରତରେ ମହିଳା କ୍ରିକେଟ ବିଶ୍ୱକପ୍ ୨୦୨୫ ଏବଂ ଇଂଲଣ୍ଡରେ ମହିଳା T20 ବିଶ୍ୱକପ୍ ୨୦୨୬ ସମେତ ପ୍ରମୁଖ ଇଭେଣ୍ଟଗୁଡ଼ିକ ସହିତ ଜଡିତ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ, ଆଇସିସି ଆଗାମୀ ୩ଟି ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଆୟୋଜକ ସ୍ଥିର କରିଛି । 

ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ପ୍ରଥମ ଫାଇନାଲ ମ୍ୟାଚ୍ ୨୦୨୧ ରେ ଇଂଲଣ୍ଡର ସାଉଥାମ୍ପଟନ୍‌ରେ ଖେଳାଯାଇଥିଲା । ନ୍ୟୁଜିଲାଣ୍ଡ ଭାରତୀୟ ଦଳକୁ ୮ ୱିକେଟରେ ପରାସ୍ତ କରି ଟ୍ରଫି ହାତେଇଥିଲା । ତା'ପରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ୨୦୨୩ର ଫାଇନାଲ୍ ଲର୍ଡସ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଅଷ୍ଟ୍ରେଲିଆ ଭାରତୀୟ ଦଳକୁ ୫ ୱିକେଟରେ ପରାସ୍ତ କରିଥିଲା। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ୨୦୨୫ର ଫାଇନାଲରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ୱିକେଟରେ ପରାସ୍ତ କରି ବିଜୟୀ ହୋଇଥିଲା । ଏପର୍ଯ୍ୟନ୍ତ, ନ୍ୟୁଜିଲ୍ୟାଣ୍ଡ, ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଦଳ ଥରେ ଲେଖାଏଁ WTC ଫାଇନାଲ ଜିତିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.