ପ୍ରମୂଖ ଖବର
  • କଟକ : ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
  • ||
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

ଟି-୨୦ ବିଶ୍ବକପ୍‌: ପ୍ରଥମ ମୁକାବିଲାରେ ବୋଲିଂ କରିବ ଭାରତ, ସାମସନ୍‌ଙ୍କୁ ମିଳିଲାନି ସୁଯୋଗ

Published By : Tapas Panda | June 5, 2024 7:57 PM

Image Courtesy: news9live

ନ୍ୟୁୟର୍କ: ଆଇସିସି ଟି-୨୦ ବିଶ୍ଵକପ୍ ୨୦୨୪ରେ ଆୟରଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ କରିବ ଭାରତ । ନିଜର ପ୍ରଥମ ମ୍ୟାଚ୍ ଖେଳିବ ଟିମ ଇଣ୍ଡିଆ। ଏହି ମୁକାବିଲା ନ୍ୟୁୟର୍କର ନାସାଓ କାଉଣ୍ଟି ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଭାରତୀୟ ସମୟ ରାତି ୮ଟାରେ ଆରମ୍ଭ ହେବ। ଏହି ମୁକାବିଲାରେ ଟସ୍ ଜିତି ଭାରତ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ବ୍ୟାଟିଂ କରିବ ଆୟରଲାଣ୍ଡ।  

ଭାରତୀୟ ଦଳର ଚୂଡ଼ାନ୍ତ ଏକାଦଶରେ ଯଶସ୍ଵୀ ଜୟସ୍ଵାଲ ଓ କୁଲଦୀପ ଯାଦବଙ୍କ ପରି ଖେଳାଳିଙ୍କୁ ସ୍ଥାନ ମିଳି ନାହିଁ । କୁଲଦୀପଙ୍କ ସ୍ଥାନରେ ଅକ୍ଷର ପଟେଲଙ୍କୁ ସୁଯୋଗ ମିଳିଛି। ଦଳ ପକ୍ଷରୁ ରୋହିତ ଶର୍ମା ଓ ବିରାଟ କୋହଲି ଓପନିଂ କରିବେ। ଶିବମ ଦୁବେ ଦଳରେ ସ୍ଥାନ ପାଇଛନ୍ତି। ଓ୍ଵିକେଟ୍ କିପର ଭାବେ ଋଷଭ ପନ୍ତଙ୍କ ଉପରେ ଦଳ ଭରସା କରିଥିବା ବେଳେ ସଞ୍ଜୁ ସାମସନଙ୍କୁ ବେଞ୍ଚରେ ବସିବାକୁ ପଡ଼ିଛି। 

ଭାରତୀୟ ଟିମ୍‌

ରୋହିତ ଶର୍ମା(ଅଧିନାୟକ), ବିରାଟ କୋହଲି, ଋଷଭ ପନ୍ତ(ଓ୍ଵିକେଟ୍ କିପର), ସୂର୍ଯ୍ୟକୁମାର ଯାଦବ, ଶିବମ ଦୁବେ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡ଼େଜା,  ଅକ୍ଷର ପଟେଲ୍, ଯଶପ୍ରୀତ ବୁମରା, ଅର୍ଶଦୀପ ସିଂ, ମହମ୍ମଦ ସିରାଜ।

  • T-20 World Cup
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.