ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ ୨୦୨୪: ୱେଷ୍ଟ ଇଣ୍ଡିଜ ସ୍ୱପ୍ନ ଧୂଳିସାତ୍, ନ୍ୟୁଜିଲାଣ୍ଡ- ଦକ୍ଷିଣ ଆଫ୍ରିକ ଫାଇନାଲ୍‌ ମୁକାବିଲା

Published By : Prameya | October 19, 2024 11:47 AM

ଦୁବାଇ,୧୯/୧୦: ଚଳିତ ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ଓ ନ୍ୟୁଜିଲାଣ୍ଡ ପରସ୍ପରକୁ  ଭେଟିବେ । ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମି ଫାଇନାଲ୍‌ରେ  ନ୍ୟୁଜିଲାଣ୍ଡ ୮ ରନ୍‌ରେ ୱେଷ୍ଟ ଇଣ୍ଡିଜ୍‌କୁ ହରାଇ ତୃତୀୟ ଥର  ପାଇଁ ଫାଇନାଲ୍‌ରେ ପ୍ରବେଶ କରିଛି । ପୂର୍ବରୁ ଦଳ ୨୦୦୯ ଓ  ୨୦୧୦ରେ ଫାଇନାଲ୍‌ ଖେଳିଥିଲା ଓ ରନର୍ସ ଅପ୍‌ରେ ସନ୍ତୁଷ୍ଟ  ହୋଇଥିଲା । ପ୍ରଥମ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ୮  ୱିକେଟ୍‌ରେ ଡିଫେଣ୍ଡିଂ ଚାମ୍ପିଅନ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା ।  

ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ  ୯ୱିକେଟ୍‌ ହରାଇ ୧୨୮ ରନ୍‌ ସଂଗ୍ରହ କରିଥିଲା ।  ଦଳ ପକ୍ଷରୁ ଜର୍ଜିୟା ପ୍ଲିମର ୩୩, ସୁଜି ବେଟ୍ସ ୨୬,  ଇସାବେଲା ଗେଜ ଅପରାଜିତ ୨୦, ବ୍ରୁକ୍‌ ହାଲିଡେ  ୧୮ ଓ ସୋଫି ଡିଭାଇନ୍‌ ୧୨ ରନ୍‌ କରିଥିଲେ । ୱେଷ୍ଟ  ଇଣ୍ଡିଜ୍‌ ପକ୍ଷରୁ ଡିଣ୍ଡ୍ରା ଡଟିନ୍‌ ୪ଟି ୱିକେଟ୍‌ ନେଇଥିଲେ ।  ଜବାବରେ ୱେଷ୍ଟ ଇଣ୍ଡିଜ୍‌ ୮ୱିକେଟ୍‌ ହରାଇ ୧୨୦  ରନ୍‌ କରିବାକୁ ସକ୍ଷମ ହୋଇଥିଲା । ଦଳ ପକ୍ଷରୁ ଡଟିନ୍‌  ସର୍ବାଧିକ ୩୩ ରନ୍‌ କରିଥିବାବେଳେ ଆଫି ଫ୍ଲେଚର  ଅପରାଜିତ ୧୭, ହେଲି ମାଥ୍ୟୁସ ୧୫, କ୍ୱିଆନ ଜୋଶେଫ  ୧୨, ଷ୍ଟିଫାନି ଟେଲର ୧୩ ଓ ଜାଇଦା ଜେମ୍ସ ୧୪ ରନ୍‌ କରିଥିଲେ । ନ୍ୟୁଜିଲାଣ୍ଡ ପକ୍ଷରୁ ଏଡେନ କାର୍ସନ ୩ଟି  ଓ ଆମେଲିଆ କେର ୨ଟି ୱିକେଟ୍‌ ନେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.