ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ମୁଖ୍ୟସଚିବଙ୍କ କଡା ନିର୍ଦ୍ଦେଶ, କାର୍ଯ୍ୟରେ ଅବହେଳା କଲେ ଅବସର ପୂର୍ବରୁ ବିଦା ହେବେ ବାବୁ...

Published By : Ladu Kishor | March 24, 2025 11:16 PM

ଭୁବନେଶ୍ୱର,୨୪/୩ : କାର୍ଯ୍ୟରେ ଅବବେଳା କିମ୍ବା ସାଧୁତାର ଅଭାବ ଦେଖାଦେଲ ଏଣିକି ସରକାରୀ ଛାଟ ବାଜିବ। ଅବସର ପୂର୍ବରୁ ଚାକିରୁ ବହିଷ୍କାର କରାଯିବ। ଏନେଇ କଡା ଚେତାବନୀ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏପିଜି) ବିଭାଗର  ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି । 

ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ  ମୁଖ୍ୟ ଶାସନ ସଚିବ ଆଜି ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଆଜି ସରକାରଙ୍କ ସମସ୍ତ ବିଭାଗର ସଚିବ ମାନଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ସେବା କ୍ୟାଡ ର ନିୟମ-୭୧( ଧାରା-କ) ଅନୁଯାୟୀ ସରକାରୀ କର୍ମଚାରୀଙ୍କ ଅକାଳ ଅବସର(ପ୍ରି-ମାଚ୍ୟୁର ରିଟାୟରମେଣ୍ଟ) ମାମଲାର  ସମାଧାନ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବା ଏବଂ ପ୍ରଶାସନିକ  ଦକ୍ଷତାକୁ  ସୁନିଶ୍ଚିତ କରିବା ନିମନ୍ତେ ଜିଏ ଓ ପିଜି ବିଭାଗର ସର୍କୁଲାର ନଂ ୨୭୦୩୭ ତାରିଖ ୨୪.୦୯.୨୦୧୯ରେ ନିର୍ଦ୍ଦେଶନାମା ଜାରି କରାଯାଇଛି  ।  

ତେବେ ଉପରାକ୍ତ ସର୍କୁଲାରରେ ଦର୍ଶାଯାଇଥିବା ଏହି ନିୟମଗୁଡ଼ିକୁ ଅନେକ ବିଭାଗ ସମ୍ପୂର୍ଣ୍ଣ ଭାବେ ପାଳନ କରୁନଥିବା ସରକାରଙ୍କ ନଜରକୁ ଆସିଛି । ଫଳରେ ଯେଉଁ ଉଦ୍ଦେଶ୍ୟରେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି , ତାହା ଫଳପ୍ରଦ ନହେବା ସହ ପେଚ୍ଚାଟତା ଓ ଦକ୍ଷତାର ମାନରେ ସ୍ପଷ୍ଟ ଅଭାବ ଥିବା ଅଧିକାରୀ ଓ କର୍ମଚାରୀମାନେ ସରକାରୀ ଚାକିରିରେ ରହିଛନ୍ତି । ଏହା କେବଳ ବ୍ୟବସ୍ଥାରେ ଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରୁ ନାହିଁ   ବରଂ ଜନସ୍ୱାର୍ଥ ପାଇଁ ମଧ୍ୟ ଅତ୍ୟନ୍ତ କ୍ଷତିକାରକ ସାବ୍ୟସ୍ତ ହେଉଛି। 

ତେଣୁ କାର୍ଯ୍ୟରେ ସନ୍ଦେହଜନକ ସ୍ୱେଚ୍ଚାଟତା ଏବଂ ଅପାରଗତା ଥିବା ବ୍ୟକ୍ତିମାନଙ୍କୁ ସରକାରୀ ସେବାରୁ  ହଟାଇ ସରକାରୀ କାର୍ଯ୍ୟାଳୟ ଗୁଡ଼ିକର ପ୍ରଭାବଶାଳୀ କାର୍ଯ୍ୟକାରିତା ନିମନ୍ତେ ଜିଏ ଓ ପିଜି ବିଭାଗର ସର୍କୁଲାର ଜାରି କରିଛନ୍ତି । ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ନିୟମିତ ସମୀକ୍ଷା ବୈଠକ ଆୟୋଜନ ସୁନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବଙ୍କୁ ନିର୍ଦ୍ଦେଶ ଦେବା ସହ   ନିଜ ନିଜ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ଏ ସଂପର୍କରେ ନିର୍ଦ୍ଧାରିତ ସମୟରେ ସମୀକ୍ଷା ବୈଠକ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.