ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

Published By : Suraj Kumar | August 17, 2025 9:48 PM

ଭୁବନେଶ୍ବର,୧୭।୮ : ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) କର୍ତ୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଚଳିତ ମାସ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ   www.ignou.ac.inକୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in  ।

ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମଏମଏଫ), (ବିଏଏମ) ପ୍ରୋଗ୍ରାମରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ, ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ।

ଏ ବର୍ଷ ଏମଏସସିରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ ରହିଛି ଏମଏସସି (ଜୁଲୋଜୀ), ଏମଏସସି (କେମିଷ୍ଟ୍ରି), ଏମଏସସି (ଏନାଲିଟିକାଲ୍ କେମିଷ୍ଟ୍ରି), ଏମଏସସି (ବାୟୋକେମିଷ୍ଟ୍ରି), ଏମଏସସି (ଜିଓଇନଫର୍ମାଟିକ୍ସ), ଏମଏସସି (ଫିଜିକ୍ସ), ଏମଏସସି (ଆପ୍ଲାଏଡ୍ ଷ୍ଟାଟିଷ୍ଟିକ୍ସ), ଏମଏସସି (ଜିଓଗ୍ରାଫି) (ଏମଏସସିଜିଜି) ଏବଂ ଏଆଇସିଟିଇ ସ୍ୱୀକୃତ ଏମବିଏ ଓ ଏମସିଏ  ।

ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି। ଇଗ୍ନୋ, ଭୁବନେଶ୍ୱରର ଅତିରିକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସନ୍ତୋଷ କୁମାର ପାଣିଗ୍ରାହୀ ଏ ନେଇ ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.