ଭୁବନେଶ୍ବର, ୧୬/୨ : ଇଗ୍ନୋର ନାମଲେଖା ଅବଧି ବୃଦ୍ଧି । ଚଳିତମାସ ୨୮ ତାରିଖକୁ ବୃଦ୍ଧି କରାଯାଇଛି । ତେବେ ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରି ୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତମାସ ୨୮ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପୁନଃପଞ୍ଜିକରଣ ପାଇଁ ଅତିରିକ୍ତ୨୦୦ ଟଙ୍କା ବିଳମ୍ବଶୁଳ୍କ ଦେବାକୁ ହେବ ବୋଲି କୁହାଯାଇଛି ।

ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in । ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେନାହିଁ । ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟ ସିଧାଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇ ପାରିବ | ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକକେନ୍ଦ୍ର ଭୁବନେଶ୍ୱରକୁ ନିମ୍ନଲିଖିତ ୦୬୭୪-୨୩୦୧୩୪୮, ୨୯୭୧୦୭୧ ଫୋନ କିମ୍ବା ଇ-ମେଲE-Mail[email protected] ଏବଂ [email protected] ଜରିଆରେ ଯୋଗାଯୋଗ କରିବା ପାଇଁ ଆଞ୍ଚଳିକକେନ୍ଦ୍ରର ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି ।

ଏହାସହ ପଢ଼ନ୍ତୁ : ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଟଙ୍କା, ମହିଳାଙ୍କ ଆକାଉଣ୍ଟକୁ ଯିବ ୫ ହଜାର