ମେଷ : ନବମ ଚନ୍ଦ୍ର, ନବମୀ ତିଥି ଗୁରୁବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତି ହେବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ବୃଷ : ଅଷ୍ଟମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା : ୧୨, ଆରାଧନା : ମା’ ବିମଳା ।
ମିଥୁନ: ସପ୍ତମ ଚନ୍ଦ୍ର, ଗୁରୁବାର ଓ ନବମୀ ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପରିଚିତ ମହିଳାଙ୍କଠାରୁ ଧନପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: କଫି, ସଂଖ୍ୟା : ୦୬, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ଦେହ ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁନବର୍ସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୦୧, ଆରାଧନା: ମା’ ଭୁବନେଶ୍ୱରୀ ।
ସିଂହ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ । ସନ୍ତାନମାନଙ୍କର ଶିକ୍ଷା, ଦୀଘା, ଚାଲିଚଳନ ଓ କର୍ମକୁ ନେଇ ଗର୍ବିତ ହେବେ । ପିତାମାତାଙ୍କ କୃପା ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ, କର୍ମରେ ଆଶାଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୦୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପଦର ସମ୍ମୁଖୀନ ହେବେ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୦୮, ଆରାଧନା: ମା’ ଛିନ୍ନମସ୍ତା ।
ତୁଳା: ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗୀ ଓ ଭାଇଭଉଣୀଙ୍କ ସହ କଥାବାର୍ତ୍ତାରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ମନରେ ଅସ୍ଥିରତା, ଭ୍ରାତୃଭଗ୍ନୀଙ୍କ ସହ ବିବାଦ ଓ ପଡ଼ୋଶୀଙ୍କ ବିରୋଧର ସମ୍ମୁଖୀନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୦୨, ଆରାଧନା : ମା’ କମଳା ।
ବିଛା: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ଗୁରୁବାର ଓ ନବମୀ ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ, ବକେୟା ଧନ ଫେରିପାଇବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ସମ୍ମାନ ଓ ପଦୋନ୍ନତି ମିଳିପାରେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସବର୍ଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଭୈରବୀ ।
ମକର: ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ: ଘାତବାର ଓ ଘାତଚନ୍ଦ୍ର ଯୋଗୁ ଆର୍ଥିକ କ୍ଷତି ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ: ଦଶମ ଚନ୍ଦ୍ର, ଗୁରୁବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର ବା ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଆଜି ଯେକୌଣସି କାର୍ଯ୍ୟ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୮, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ଯୋଗାଯୋଗ : ୯୪୩୭୧୩୩୪୭୩