ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ମା’ ବିରଜାଙ୍କ ପୀଠର ଉନ୍ନତିକରଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧ :  ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।

ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ। ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.