PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଆଇଏମ୍‌ଏସ୍ ଆଣ୍ଡ ସମ୍‌ର ବାର୍ଷିକ ଉତ୍ସବ ଇମ୍ପଲସ୍ ଆୟୋଜିତ

ଭୁବନେଶ୍ୱର ୨୭/୯: ଡାକ୍ତରୀ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନେ ଯେ ବେଶ ମନୋରଞ୍ଜନଧର୍ମୀ ହୋଇପାରନ୍ତି ତାହା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଛାତ୍ରଛାତ୍ରୀମାନେ ଦେଖାଇପାରିଛନ୍ତି । ସେପ୍ଟେମ୍ବର ୨୨ ରୁ ୨୪ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ବାର୍ଷିକ ଉତ୍ସବ ‘ଇମ୍ପଲସ୍‌-୨୦୨୨’ ରେ ଛାତ୍ରଛାତ୍ରୀମାନଙ୍କର କଳାତ୍ମକ ଦକ୍ଷତାର ଝଲକ ଦେଖିବାକୁ ମିଳିଥିଲା ।
ପ୍ରଥମ ଦିବସରେ ଆନୁଷ୍ଠାନିକ ଭାବେ ସୋଆର କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ଏବଂ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।

ପ୍ରାରମ୍ଭିକ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ମଂଚସ୍ଥ ସମସ୍ତ ଅଧ୍ୟାପକ-ଅଧ୍ୟାପିକାମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଦକ୍ଷତା ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା । ସେହିପରି ଦ୍ୱିତୀୟ ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଅଭିନୀତ ନାଟକ “ଦୁର୍ଦ୍ଦଶା’ ସମସ୍ତଙ୍କୁ ମନମୁଗ୍ଦ କରିଥିବାବେଳେ ଏହାପରେ କୃତି କଳାକାରମାନଙ୍କୁ ମାନପତ୍ର ଏବଂ ପୁରସ୍କୃତ ମଧ୍ୟ କରାଯାଇଥିଲା । ଶେଷ ଦିବସରେ ଛାତ୍ରଛାତ୍ରୀମାନେ ସ୍ୱତନ୍ତ୍ର ମନୋରଂଜନ କାର୍ଯ୍ୟ ପରିବେଷଣ କରିବା ସହିତ ମ୍ୟୁଜିକ୍ ବ୍ୟାଣ୍ଡ ତଥା “ସାଜ” ଦ୍ୱାରା ଡିଜେ ନାଇଟ୍ ପରିବେଷଣ କରାଯାଇଥିଲା ।

ସମ୍ବନ୍ଧିତ ଖବର