ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ବେବି କେୟାର୍‌ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ, ୭ ଶିଶୁ ମୃତ

Published By : Anindita | May 26, 2024 8:59 AM

ନୂଆଦିଲ୍ଲୀ,୨୬/୫: ବେବି କେୟାର୍‌ ସେଣ୍ଟରରେ ଅଗ୍ନିକାଣ୍ଡ। ନିଆଁରେ ପୋଡି ହୋଇ ୭ କଅଁଳ ଶିଶୁ ମୃତ। ସେହିପରି ୫ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି । ସେମାନଙ୍କୁ ଚିକିତ୍ସା ନିମନ୍ତେ ଅନ୍ୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ତେବେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । କେଉଁ କାରଣରୁ ହସ୍ପିଟାଲରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ୧୧ଟା ୩୨ ସମୟରେ ବେବିକେୟାର ହସ୍ପିଟାଲରେ ନିଆଁ ଲାଗିଥିଲା । ଏନେଇ ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି  ୧୨ଜଣ ଶିଶୁଙ୍କୁ ଉଦ୍ଧାର କରିଥିଲା । କିନ୍ତୁ ସେମାନଙ୍କ ମଧ୍ୟରୁ ୭ଜଣଙ୍କର ମୃତ୍ୟୁ ହୋଇଥିଲା । ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଥିଲେ ହେଁ ହସ୍ପିଟାଲ ସମ୍ପୂର୍ଣ୍ଣ ଜଳିଯାଇଛି । ହସ୍ପିଟାଲ ନିକଟରେ ଥିବା ବିଲ୍ଡିଂରେ ମଧ୍ୟ ନିଆଁ ଲାଗିଯାଇଥିଲା, ଯାହାକୁ ଅଗ୍ନିଶମ ବାହିନୀ ନିୟନ୍ତ୍ରଣକୁ ଆଣିଛି । ତଦନ୍ତ ପରେ ଅଗ୍ନିକାଣ୍ଡର କାରଣ ଜଣାପଡିବ ବୋଲି ଜଣେ ଅଗ୍ନିଶମ ଅଧିକାରୀ କହିଛନ୍ତି ।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.