ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶା ଏକବିଂଶ ଶତାବ୍ଦୀରେ ନୂଆ ଉଚ୍ଚତାକୁ ଯିବ : ଧର୍ମେନ୍ଦ୍ର ପ୍ରଧାନ

Published By : Suraj Kumar | November 24, 2024 9:06 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୪।୧୧ – ଦେଶର ବିଶସ୍ୱନୀୟ ଜନନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ଓଡିଆ ଲୋକଙ୍କ ଭଲ ପାଇବା ପାଇଁ ଓଡ଼ିଶାରେ ସରକାର ପରିବର୍ତ୍ତନ ହୋଇଛି । ଆଗାମୀ ଦିନରେ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶା ଏକବିଂଶ ଶତାବ୍ଦୀରେ ନୂଆ ଉଚ୍ଚତାକୁ ଯିବ ବୋଲି ରବିବାର ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ  ‘ଓଡ଼ିଆ ସମାଜ’ ପକ୍ଷରୁ ଆୟୋଜିତ ‘ଓଡ଼ିଶା ପର୍ବ -୨୦୨୪’ର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

 ଓଡ଼ିଆ ସମାଜର ଓଡ଼ିଶା ପର୍ବ -୨୦୨୪ ସମାରୋହରେ ଯୋଗଦେଇ ଜାତୀୟ ସ୍ତରରେ ଓଡ଼ିଶାକୁ ଗର୍ବିତ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପ୍ରଧାନ କହିଛନ୍ତି ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଦେଶର କାର୍ଯ୍ୟକାଳ ସମ୍ଭାଳିବା ପରେ ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସକୁ ଆୟୁଧ କରି କାମ କରି ଚାଲିଛନ୍ତି । ବିଗତ ୧୦ ବର୍ଷରେ ଓଡ଼ିଶା ଏକ ମାତ୍ର ରାଜ୍ୟ ଭାବେ ମୋଦୀ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଓ ବିକାଶର ଲାଭାର୍ଥୀ ହୋଇଛି । ଓଡ଼ିଶାର ମହାପୁରୁଷ ଯଥା ମହିମା ଧର୍ମର ମହାନ ପ୍ରଚାରକ ସନ୍ଥ କବି ଭୀମ ଭୋଇ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଆଧୁନିକ ଓଡ଼ିଶାର ନିର୍ମାତା ଡଃ ହରେକୃଷ୍ଣ ମହତାବଙ୍କ ଆଦର୍ଶରେ ପ୍ରଧାନମନ୍ତ୍ରୀ ମୋଦୀ ଅନୁପ୍ରାଣିତ । ଏହି ମହାପୁରୁଷଙ୍କ ଆଦର୍ଶରେ ପ୍ରଧାନମନ୍ତ୍ରୀ ସମାଜର ଗରିବ କଲ୍ୟାଣରେ ନିଜକୁ ଉତ୍ସର୍ଗୀକୃତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଆତ୍ୱକୁ ଭଲ ପାଇବାର ପ୍ରଣାଳୀ ଭାରତ ସରକାରଙ୍କ ଶାସନର ପ୍ରଣାଳୀ ହୋଇଛି । 

 ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସହ ଅନନ୍ୟ ସମ୍ପର୍କ ଅଛି । ଅହମ୍ମଦବାଦରେ ଜଗନ୍ନାଥ ମନ୍ଦିରରେ ଜଣେ ସେବକ ଭାବେ ସେ ସମୟ ବିତାଇଛନ୍ତି । ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ମହାପ୍ରଭୁଙ୍କ ରଥଯାତ୍ରାରେ ସେବା କରିଛନ୍ତି । ଏଥିରୁ ଅନୁମେୟ ଯେ ଓଡ଼ିଶା ଓ ଆରାଧ୍ୟ ଦେବତା ମହାପ୍ରଭୁଙ୍କ ପ୍ରତି ମୋଦୀଙ୍କ ଉତ୍ତମ ସମ୍ପର୍କ ଅଛି । 

 ରାଷ୍ଟ୍ରୀୟ ରାଜଧାନୀରେ ଓଡ଼ିଆ ଲୋକମାନେ ପ୍ଲମ୍ବିଂ ସହ ବିଭିନ୍ନ ଶିଳ୍ପ କ୍ଷେତ୍ରରେ କାମ କରୁଛନ୍ତି । ଓଡ଼ିଆ ଲୋକମାନେ ମାନ୍ୟବର ସୁପ୍ରିମକୋର୍ଟ ସମେତ ଦିଲ୍ଲୀ ଓ ଜେଏନୟୁ ବିଶ୍ୱବିଦ୍ୟାଳୟରେ ପ୍ରାଧ୍ୟାପକ ଭାବେ କାମ କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଦିଲ୍ଲୀରେ ଷ୍ଟାର୍ଟଅପର ଆୟୋଜନ ହୋଇଛି । 

 ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ୨୦୪୭ ସୁଦ୍ଧା ବିକଶିତ ଭାରତର ଆହ୍ୱାନ କରିଛନ୍ତି । ଆଉ ୧୩ ବର୍ଷ ପରେ ଓଡ଼ିଶା ଭାଷା ଭିତ୍ତିରେ ୨୦୩୬ ସୁଦ୍ଧା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ । ତେଣୁ  ଆଗାମୀ ୨୩ ବର୍ଷ ଦେଶର ନାଗରିକଙ୍କ ପାଇଁ କର୍ତ୍ତବ୍ୟ ଓ ଦାୟିତ୍ୱର ସମୟ ହେବ ।  ଓଡ଼ିଆ ସମାଜ ଏକ ସ୍ୱାଭିମାନ ସମାଜ । ଓଡ଼ିଆ ସମାଜର ଓଡ଼ିଶା ପର୍ବ -୨୦୨୪ ସମାରୋହରେ ଯୋଗଦେଇ ଜାତୀୟ ସ୍ତରରେ ଓଡ଼ିଶାକୁ ଗର୍ବିତ କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଅନେକ ରାଜନେତା, ଲେଖକ, କଳାକାର, ଇତିହାସକାର, ବୁଦ୍ଧିଜୀବୀ ଓ ବ୍ୟକ୍ତିବିଶେଷମାନେ ଯୋଗ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.