PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆପଡା ସାଲେଭଟା ଛକରେ ରକ୍ତାକ୍ତ ଅବସ୍ଥାରେ ଯୁବକ-ଯୁବତୀ ଉଦ୍ଧାର
  • ||
  • ହାଇଦ୍ରାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି, ହେଲିକପ୍ଟର ଉଡାଣ ଭରିବା କ୍ଷଣି ମଝି ଆକାଶରେ ଦେଖାଗଲା କଳା ବେଲୁନ୍, ୪ କଂଗ୍ରେସ କର୍ମୀ ଗିରଫ
  • ||
  • ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି
  • ||
  • ନୂଆପଡା ଉଦ୍ୟାନବନ୍ଧ କ୍ରିଷ୍ଣା ଛକରେ ଟ୍ରକ ଧକ୍କାରେ ୪ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : କଣ୍ଟାମାଳ ବ୍ଲକ୍ ମନମୁଣ୍ଡା ରେଞ୍ଜ୍ ଅନ୍ତର୍ଗତ ରତାଖଣ୍ଡି ସଂରକ୍ଷିତ ଜଙ୍ଗଲରେ ଫାଶରେ ପଡ଼ି ଏକ ଭାଲୁର ମୃତ୍ୟୁ
  • ||
  • କୋଲକାତା : ମାତ୍ର ୭୫ ଟଙ୍କା ପାଉଣା ଫେରସ୍ତ ଦାବିରେ ଦେଖାଦେଇଥିଲା ଅଶାନ୍ତି, ନମାଜ ପଢ଼ି ଫେରିବା ବାଟରେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା
  • ||
  • ଭୁବନେଶ୍ବର : ୨୦୧୯ ରୁ ୨୦୨୨ ମଧ୍ୟରେ ରାଜ୍ୟରେ ପଞ୍ଜିକୃତ ହୋଇଛି ୧୦ ହଜାର ୧୨୯ ଦୁଷ୍କର୍ମ ମାମଲା : ଗୃହରାଷ୍ଟ୍ର ମନ୍ତ୍ରୀ
  • ||
  • ଭୁବନେଶ୍ବର : ଜୁଲାଇ ୬ରେ ମାଟ୍ରିକ ପରୀକ୍ଷା ଫଳ ଘୋଷଣା । ଦିନ ୧ଟାରେ ପ୍ରକାଶ ପାଇପ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ।
  • ||
  • ଗୋଚ୍ଛାପଡ଼ା/ଫୁଲବାଣୀ : ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ୩ ବର୍ଷ ମଧ୍ୟରେ ପ୍ରତିରୋପଣ କରାଯିବ । ଦିଲ୍ଲୀ ଏମସ୍‌ ନ୍ୟୁରୋ ସର୍ଜରୀ ଡାକ୍ତର ଦୀପକ ଗୁପ୍ତାଙ୍କ ସୂଚନା ।
  • ||
  • ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅଲ୍ଲୁରୀ ସୀତାରାମ ରାଜୁଙ୍କ ପ୍ରତିମୂର୍ତ୍ତି କରିବେ ଉନ୍ମୋଚନ
  • ||
  • କୋଟପାଡ଼ : କୋଟପାଡ଼ ମୀନାବଜାରରେ ଦୋଳି ଖେଳୁଥିବା ବେଳେ ଜଣେ ନାବଳିକାଙ୍କ ହୃଦ୍‌ଘାତରେ ମୃତ୍ୟୁ
  • ||
  • ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ଏକନାଥଙ୍କ ବାଜିମାତ୍। ଫ୍ଳୋର ଟେଷ୍ଟରେ ବହୁମତ ହାସଲ କରିଛନ୍ତି ସିନ୍ଦେ। ସିନ୍ଦେଙ୍କୁ ୧୬୪ ସଦସ୍ୟ ସମର୍ଥନ କରିଥିବା ସୂଚନା।
  • ||
  • ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରମୁଣ୍ଡା ଛକ ବିଜୁ ଏକ୍ସପ୍ରେସ୍ ରାସ୍ତା କଡ଼ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର କୁଲ୍ଲୁରେ ବସ୍ ଦୁର୍ଘଟଣା, ସ୍କୁଲ ପିଲାଙ୍କ ସମେତ ୧୬ଜଣଙ୍କର ମୃତ୍ୟୁ ଆଶଙ୍କା
  • ||
  • ନୂଆଦିଲ୍ଲୀ : ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ : ବିଜୟ ମୁକୁଟ ପିନ୍ଧିଲେ ସିନି ଶେଟ୍ଟୀ
  • ||
  • ନୂଆଦିଲ୍ଲୀ : ଭାଙ୍ଗିଗଲା ଆଲପାଇନ୍ ଗ୍ଲାସିୟରର ବିଶାଳ ଖଣ୍ଡ, ୫ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ରେଜଲ୍ଟ ପ୍ରକାଶ ନେଇ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ, ସଚିବାଳୟରେ ଆଜି ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ବାଲିପାଟଣା : ବାଲିଘାଟକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଆଇସିୟୁରେ ଭର୍ତ୍ତି ହେଲେ ଲାଲୁ ଯାଦବ, ପଡ଼ିଯିବା କାରଣରୁ ହୋଇଥିଲେ ଆହତ
  • ||
  • ଡେନମାର୍କ : ଡେନମାର୍କର ସପିଂ ମଲରେ ଫୁଟିଲା ଗୁଳି, ୩ଜଣଙ୍କର ମୃତ୍ୟୁ
  • ||

ନନ୍ଦନକାନନରେ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ, ରହିବ ଏହି ସୁବିଧା…

ଭୁବନେଶ୍ୱର, ୨୭/୫: ଦୂର ହେବ ପାର୍କିଂ ସମସ୍ୟା । ପର୍ଯ୍ୟଟକଙ୍କୁ ମିଳିବ ଆଶ୍ବସ୍ତି । ଦିନକୁ ଦିନ ବଢୁଥିବା ଟ୍ରାଫିକ୍‌ ସମସ୍ୟା ଦୂର କରିବା ଉଦ୍ଦେଶ୍ୟରେ ନନ୍ଦନକାନନଠାରେ ଏକ ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୫୪୨.୭୯ଲକ୍ଷ ଟଙ୍କାରେ ନିର୍ମିତ ଏହି ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ ଏହି କେଶରୀ ଆରୁଖ,   ଉପସ୍ଥିତ  ଥିଲେ । ନନ୍ଦନକାନନକୁ କ୍ରମେ କ୍ରମେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି । ଟ୍ରାଫିକ୍‌ ସମସ୍ୟା ଓ ସ୍ଥାନାଭାବକୁ ଦୃଷ୍ଟିରେ ରଖି ଏହି ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି । ପ୍ରତ୍ୟେକ ମହଲା ୫୬୦୦ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ଟି ଚାରିଚକିଆ ଯାନ ରହିପାରିବ ।

ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିନିର୍ବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି । ତଳେ ୨୦୦୦ ଦୁଇଚକିଆ ଯାନ ରହିବା ଭଳି ମଧ୍ୟ ସୁବିଧା କରାଯାଇଛି । ଏହାଦ୍ୱାରା ନନ୍ଦନକାନନ ମୁଖ୍ୟ ରାସ୍ତାରେ ଯାନବାହନ ଭିଡ଼ କମିବା ସହ ଟ୍ରାଫିକ୍‌ ସମସ୍ୟାର ସମାଧାନ ହୋଇପାରିବ । ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡ଼ିଆଖାନାରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ଏବଂ ଏଥି ପାଇଁ ଏକ ୨୦ ବର୍ଷିଆ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି ।

ଆଗାମୀ ଦିନରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ଏବଂ ନନ୍ଦନକାନନ ଅଧିକ ଆକର୍ଷଣୀୟ ହେବା ସହ ଅତ୍ୟାଧୁନିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିବ ସେ ଦିଗରେ ପଦକ୍ଷେପ ନିଆଯାଇଛି । ଏହି ଅବସରରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତରର ବିଧାୟକ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶିଶିର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ ।