ପ୍ରମୂଖ ଖବର
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ବଳରାମପୁର ଗାଁରେ ଅଘଟଣ: ନଡ଼ିଆ ଗଛ ଭାଙ୍ଗି ପଡ଼ିବାରୁ ଚାଲିଗଲା ମହିଳାଙ୍କ ଜୀବନ, ୪ ଗୁରୁତର

Published By : Harapriya Sethi | April 26, 2025 8:39 AM

ଭୁବନେଶ୍ୱର,୨୬/୦୪: ରାମଲୀଳା ଚାଲୁଥିବା ବେଳେ ଅଘଟଣ । ନଡ଼ିଆ ଗଛ ଭାଙ୍ଗି ପଡିବାରୁ ଚାଲିଗଲା ମହିଳାଙ୍କ ଜୀବନ । ମୃତ ମହିଳା ଜଣଙ୍କ ସମାଗୋଳ ଅଞ୍ଚଳର ହୋଇଥିବା ଜଣା ପଡ଼ିଛି । ଏଥିରେ ଆଉ ୪ ଜଣ ମଧ୍ୟ ଗୁରୁତର ହୋଇଛନ୍ତି । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳରାମପୁର ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବତ, ଶୁକ୍ରବାର ରାତିରେ ରାମଲୀଳା ଚାଲିଥିଲା । ଏହି ସମୟରେ ରାମଲୀଳାରେ ହନୁମାନ ଚରିତ୍ରକୁ ନେଇ ନଡ଼ିଆ ଗଛରେ ରଶି ବାନ୍ଧି ଟ୍ରାକ୍ଟରରେ ଭିଡୁଥିବା ବେଳେ ହଠାତ୍ ଗଛଟି ଭାଙ୍ଗି ପଡିଥିଲା । ଫଳରେ ଘଟଣା ସ୍ଥଳରେ ଜଣେ ମହିଳା ଦର୍ଶକ ମୃତ୍ୟୁ ବରଣ କରିଥିବା ବେଳେ ଚାରି ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ହେଲେ ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଉତ୍ୟକ୍ତ ଲୋକେ ଆମ୍ବୁଲାନ୍ସର କାଚକୁ ବାଡେଇ ଭାଙ୍ଗିଦେଇଥିଲେ । ପରେ ୪ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା । ଏନେଇ ଖବର ପାଇବା ପରେ ଘଟଣା ସ୍ଥଳରେ କୁଜଙ୍ଗ ପୋଲିସ ପହଞ୍ଚି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.